Friday, October 23, 2020
Home District News ଝଡବର୍ଷାରେ ଭାଙ୍ଗିଲା ୧୧ ପରିବାରଙ୍କ ଘର, ଖଇରପୁଟ

ଝଡବର୍ଷାରେ ଭାଙ୍ଗିଲା ୧୧ ପରିବାରଙ୍କ ଘର, ଖଇରପୁଟ

ରିପୋର୍ଟ୍ – ଜଗନ୍ନାଥ ଦଳେଇ //
ଖଇରପୁଟ (୧/୧୦): ଝଡବର୍ଷାରେ ମାଲକାନଗିରି ଜିଲ୍ଲା,ମାଥିଲି ବ୍ଲକ ରେ ବ୍ୟାପକ କ୍ଷୟକ୍ଷତି ଘଟିଛି । କତାପାଲି ପଞ୍ଚାୟତ ମୁଚୁକି ପାଲି ଗାଁ ରେ ୧୧ଟି ଘର ସଂପୂର୍ଣ୍ଣ ଭାଙ୍ଗିଯାଇଛି ।

ଆଜି ସକାଳେ ମାଥିଲି ତହସିଲଦାର ପୁରୁଷୋତ୍ତମ ମିର୍ଦ୍ଧା ,ବିଡ଼ିଓ ଆଶିଷ କୁମାର ଭୋଇ ଜିଲ୍ଲା।ପରିଷଦ ସଭ୍ୟା ,ଶାନ୍ତିଲତା ମାଝୀ,ସରପଞ୍ଚ ଗୁପ୍ତ ଦୁରୁଆ ,ବିଜେପି ନେତା କୁନାଲ୍ ମିଶ୍ର ପ୍ରମୁଖ ଗାଁରେ ପହଞ୍ଚି ବିପନ୍ନ ୧୧ ପରିବାରକୁ ଭେଟିଥିଲେ । ପରେ ପ୍ରଶାସନ ପକ୍ଷରୁ ଗାଁରେ ହୋଇଥିବା କ୍ଷୟକ୍ଷତି ଆକଳନ କରାଯିବା ସହ କ୍ଷତିଗ୍ରସ୍ତ ପରିବାରକୁ ପଲିଥିନ୍ ପ୍ରଦାନ କରାଯାଇଥିଲା । ଅନ୍ୟ ପକ୍ଷରେ ଅଗ୍ନିଶମ ବିଭାଗ କର୍ମଚାରୀ ରାସ୍ତା ଉପରେ ପଡ଼ିଥିବା ଗଛଗୁଡ଼ିକ କାଟି ସଫା କରିବା ପରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା । ସୂଚନା ଥାଉକି, ମଙ୍ଗଳ ବାର ସନ୍ଧ୍ୟାରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳବର୍ଷା ସାଙ୍ଗକୁ ପବନ ଆରମ୍ଭ ହୋଇଥିଲା।ଏଥିରେ ମୁଚୁକି ପାଲି ଗାଁ ରେ ବହୁ ବଡ଼ ବଡ଼ ଗଛ ଭାଙ୍ଗି ପଡି ରାସ୍ତା ଅବରୋଧ ହୋଇଥିଲା ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଅଲୋଡ଼ା ଶିଶୁକନ୍ୟା କୁ ଅପଣେଇଲେ ବେଙ୍ଗାଲୁରର ଏକ ଦମ୍ପତି

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର, ତା୨୨-୧୦): ବଲାଙ୍ଗୀର ଆୟୁର୍ବେଦିକ କଲେଜ ନିକଟରୁ ଉଦ୍ଧାର ହୋଇଥିବା ଅଲୋଡ଼ା ଶିଶୁକନ୍ୟା ଏବେ ବେଙ୍ଗାଲୁରର ଏକ ଦମ୍ପତି ଆସି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରିଛନ୍ତି...

କାଲରାତ୍ରୀ ବେଶରେ ଦେଉଛନ୍ତି ଦର୍ଶନ, ଏହି ବେଶ ସବୁଠାରୁ ମହତ୍ତ୍ୱପୂର୍ଣ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର (ତା୨୨-୧୦): ଆଜି ମା’ଙ୍କ କାଳରାତ୍ରୀ ବେଶ । ସହରର ସମଲେଶ୍ୱରୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, ଦୁର୍ଗା ମନ୍ଦିର ତଥା ଅନ୍ୟାନ୍ୟ ଦେବୀ ପୀଠରେ ଆଜି କାଳରାତ୍ରି...

ସ୍ଵାମୀ ଆକ୍ରମଣରେ ସ୍ତ୍ରୀ ଗୁରୁତର ଆହତ,ହତ୍ୟା ଉଦ୍ୟମ ଅଭିଯୋଗ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର,ତା୨୧-୧୦): ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଜଏରପଡା ଗାଁର ଘଟିଛି ଏକ ଅଭାବନୀୟ ଘଟଣା । ନିଜ ସ୍ତ୍ରୀକୁ ଏକ ଧାରୁଆ ଅସ୍ତ୍ରରେ ହତ୍ୟା ଉଦ୍ୟମ...

ବନ୍ଦ୍ରୀ ଠାରୁ କଡିଙ୍ଗଗଡ଼ାପା ରାସ୍ତା ନିର୍ମାଣ ବିଳମ୍ବକୁ ନେଇ ଜନ ଅଶନ୍ତୋଷ

ରିପୋର୍ଟ: କୈଳାସ ମାଳବିଶୋୟୀ // ଚନ୍ଦ୍ରପୁର ତା୨୨-୧୦): ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ବନ୍ଦୀରି ଗ୍ରାମରୁ କଡିଙ୍ଗଗାଡ଼ପା ପର୍ଯ୍ୟନ୍ତ ଲମ୍ବିଥିବା ରାସ୍ତା ମରଣ ଯନ୍ତାରେ ପରିଣତ।ଗଲା ଏକ ବର୍ଷ ପୂର୍ବେ ଜନସାଧାରଣଙ୍କ ଦାବିକୁ ଲକ୍ଷରେ...

Recent Comments

%d bloggers like this: