Friday, October 23, 2020
Home Accidental Death ସଡକ ଦୁର୍ଘଟଣାରେ ବାଇକ ଆରୋହୀ ମୃତ

ସଡକ ଦୁର୍ଘଟଣାରେ ବାଇକ ଆରୋହୀ ମୃତ

ରିପୋର୍ଟ: ରବିଶଙ୍କର ମହାପାତ୍ର //
କୋରାପୁଟ (୦୪/୧୦): କୋରାପୁଟ ବେଲମା ସାହିର ଜଣେ ଯୁବକଙ୍କର ଶନିବାର ସନ୍ଧ୍ୟାରେ ସଡକ ଦୁର୍ଘଟଣାରେ ମୃତ୍ୟୁ ହୋଇଯାଇଛି ।

ପ୍ରାପ୍ତ ସୂଚନା ଅନୁସାରେ ବିଧୁଭୁଷଣ ପଣ୍ଡା(୪୧),ତାଙ୍କ ଜଣେ ସାଙ୍ଗ ଶ୍ରୀ ମନୋଜ କୁମାର ସାସମଲଙ୍କ ସହ ନିଜ ବୁଲେଟ ମୋଟର ସାଇକେଲ ଯୋଗେ ଗତ କାଲି ସନ୍ଧ୍ୟାରେ ଘରକୁ ଫେରିବା ସମୟରେ କୁସୁମୀ ଛକ ନିକଟରେ ଥିବା ଏକ ଇଓନ୍ କାର(CG17KE 4322)ର କବାଟ ଖୋଲା ଥିବା ଦେଖି ନିଜକୁ ବଞ୍ଚାଇବାକୁ ଚେଷ୍ଟା କରି ସାମନାରେ ଥିବା ଏକ ଟ୍ରେଲର(CG 04 HY 9155)ର ପଛ ଚକ ତଳେ ଛିଟିକି ପଡିଥିଲେ । ଜୋରରେ ଆଘାତ ଲାଗିଥିବା ଯୋଗୁଁ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହେଇଥିଲା ବେଳେ ପଛରେ ବସିଥିବା ମନୋଜ ସାସମଲ ଅଳ୍ପକେ ରକ୍ଷା ପାଇଯାଇଥିବା ଜଣା ପଡିଛି । ସ୍ଥାନୀୟ ଅଞ୍ଚଳରେ କିଛି ସମୟ ପାଇଁ ତୀବ୍ର ଉତ୍ତେଜନା ଦେଖା ଦେଇଥିବା ବେଳେ ପୁଲିସ ବୁଝାସୁଝା କରିବା ପରେ ଉତ୍ତେଜନା ଶାନ୍ତ ପଡିଥିବା ଜଣାପଡିଛି ।

କୁସୁମୀ ଛକ ଠାରୁ ଦୁଲୁଗୁର ସାହି ଛକ ପର୍ଯ୍ୟନ୍ତ ରାସ୍ତାର ଉଭୟ ପାର୍ଶ୍ବରେ କାର୍, ବୋଲେରୋ, ମୋଟର ସାଇକେଲ, ଟ୍ୟାକ୍ସି ଇତ୍ୟାଦି ପାର୍କିଂ ଯୋଗୁଁ ଟ୍ରାଫିକ୍ ସମସ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ବାରମ୍ବାର କୋଟପାଡ ବାଇପାସ୍ ରାସ୍ତା ନିର୍ମାଣ ପାଇଁ ଅଞ୍ଚଳବାସୀ ଦାବୀ କରି ଆସୁଥିଲେ ମଧ୍ୟ ଦାବୀ ପୁରଣ ହୋଇ ପାରୁ ନ ଥିବାରୁ ବହୁ ମୂଲ୍ୟବାନ ଜୀବନ ହାନି ହେଉଛି । ସ୍ବର୍ଗତ ପଣ୍ଡା ବିଦ୍ୟୁତ ବିଭାଗର ଜୟପୁର, କୁନ୍ଦୁରା ଓ ବୈପାରିଗୁଡା ବ୍ଲକର ଠିକାଦାର ଥିଲେ । ଆଜି ତାଙ୍କର ଶେଷକୃତ୍ୟ ସଂପନ୍ନ ହୋଇଛି । ତାଙ୍କ ଅକାଳ ବିୟୋଗରେ କୋଟପାଡ଼ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଅଲୋଡ଼ା ଶିଶୁକନ୍ୟା କୁ ଅପଣେଇଲେ ବେଙ୍ଗାଲୁରର ଏକ ଦମ୍ପତି

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର, ତା୨୨-୧୦): ବଲାଙ୍ଗୀର ଆୟୁର୍ବେଦିକ କଲେଜ ନିକଟରୁ ଉଦ୍ଧାର ହୋଇଥିବା ଅଲୋଡ଼ା ଶିଶୁକନ୍ୟା ଏବେ ବେଙ୍ଗାଲୁରର ଏକ ଦମ୍ପତି ଆସି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରିଛନ୍ତି...

କାଲରାତ୍ରୀ ବେଶରେ ଦେଉଛନ୍ତି ଦର୍ଶନ, ଏହି ବେଶ ସବୁଠାରୁ ମହତ୍ତ୍ୱପୂର୍ଣ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର (ତା୨୨-୧୦): ଆଜି ମା’ଙ୍କ କାଳରାତ୍ରୀ ବେଶ । ସହରର ସମଲେଶ୍ୱରୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, ଦୁର୍ଗା ମନ୍ଦିର ତଥା ଅନ୍ୟାନ୍ୟ ଦେବୀ ପୀଠରେ ଆଜି କାଳରାତ୍ରି...

ସ୍ଵାମୀ ଆକ୍ରମଣରେ ସ୍ତ୍ରୀ ଗୁରୁତର ଆହତ,ହତ୍ୟା ଉଦ୍ୟମ ଅଭିଯୋଗ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର,ତା୨୧-୧୦): ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଜଏରପଡା ଗାଁର ଘଟିଛି ଏକ ଅଭାବନୀୟ ଘଟଣା । ନିଜ ସ୍ତ୍ରୀକୁ ଏକ ଧାରୁଆ ଅସ୍ତ୍ରରେ ହତ୍ୟା ଉଦ୍ୟମ...

ବନ୍ଦ୍ରୀ ଠାରୁ କଡିଙ୍ଗଗଡ଼ାପା ରାସ୍ତା ନିର୍ମାଣ ବିଳମ୍ବକୁ ନେଇ ଜନ ଅଶନ୍ତୋଷ

ରିପୋର୍ଟ: କୈଳାସ ମାଳବିଶୋୟୀ // ଚନ୍ଦ୍ରପୁର ତା୨୨-୧୦): ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ବନ୍ଦୀରି ଗ୍ରାମରୁ କଡିଙ୍ଗଗାଡ଼ପା ପର୍ଯ୍ୟନ୍ତ ଲମ୍ବିଥିବା ରାସ୍ତା ମରଣ ଯନ୍ତାରେ ପରିଣତ।ଗଲା ଏକ ବର୍ଷ ପୂର୍ବେ ଜନସାଧାରଣଙ୍କ ଦାବିକୁ ଲକ୍ଷରେ...

Recent Comments

%d bloggers like this: