Friday, October 23, 2020
Home Business & Private ଏସୟୁଜେ ରାୟଗଡ ଜିଲ୍ଳା ଶାଖା ତରଫରୁ ବୃକ୍ଷ ରୋପଣ ଏବଂ ଦିବଂଗତ ସାମ୍ବାଦିକଙ୍କ ପରିବାରକୁ ୧୫ଲକ୍ଷ...

ଏସୟୁଜେ ରାୟଗଡ ଜିଲ୍ଳା ଶାଖା ତରଫରୁ ବୃକ୍ଷ ରୋପଣ ଏବଂ ଦିବଂଗତ ସାମ୍ବାଦିକଙ୍କ ପରିବାରକୁ ୧୫ଲକ୍ଷ ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ ପାଇଁ ଦାବିପତ୍ର ପ୍ରଦାନ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //
ରାୟଗଡ/୧୦/୧୦/୨୦: ରାଜ୍ୟ ସାମ୍ବାଦିକ ୟୁନିଅନ୍ (ଏସୟୁଜେ)ର ରାୟଗଡ ଜିଲ୍ଳା ଶାଖା ଓ ରାୟଗଡ ବନ ବିଭାଗ ମିଳିତରେ ସ୍ଥାନୀୟ ସରକାରୀ ବୈଷୟିକ ଶିଳ୍ପ ଅନୁଷ୍ଠାନ (ଆଇଟିଆଇ) ପରିସରରେ ଶନିବାର ଦିନ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଏସୟୁଜେ ରାୟଗଡ ଜିଲ୍ଳା ଶାଖାର ଜିଲ୍ଳା ସଭାପତି ଶିବ ନାରାୟଣ ଗୌଡ଼ଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଳାପାଳ ଶରତ ଚନ୍ଦ୍ର ପଣ୍ଡା ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଉପଜିଲ୍ଳାପାଳ ପ୍ରତାପ ଚନ୍ଦ୍ର ପ୍ରଧାନ ଯୋଗ ଦେଇଥିଲେ । ସେହିପର ରାୟଗଡ ସରକାରୀ ଆଇଟିଆଇର ଅଧ୍ୟକ୍ଷ ଅତୁଲ୍ୟ କୁମାର ପଣ୍ଡା , ଜିଲ୍ଳା ସୂଚନା ଓ ଲୋକ ସଂପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ରାୟଗଡ ବନାଂଚଳ ଅଧିକାରୀ (ରେଂଜର) ଅଶୋକ କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇ ବୃକ୍ଷରୋପଣ କରିଥିଲେ । ଆଇଟିଆଇ ପରିସରରେ ବଉଳ,ପିସ୍ତାବାଦାମ ଆଦି ବିଭିନ୍ନ କିସମର ବୃକ୍ଷରୋପଣ କରାଯାଇଥିଲା । ବୃକ୍ଷ ରୋପଣର ଉପକାରିତା, ରକ୍ଷାଣବେକ୍ଷଣ ଓ ପରିବେଶ ସୁରକ୍ଷା ଦିଗରେ ମାନବ ସାମଜର ଦାୟିତ୍ୱ ଉପରେ ଅତିଥିମାନେ ନିଜର ବକ୍ତବ୍ୟ ରଖିଥିଲେ । ସେହିପରି କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଥିବା ସାମ୍ବାଦିକଙ୍କୁ ରାଜ୍ୟ ସରକାର ୧୫ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିବା ନିମନ୍ତେ ଘୋଷଣ କରିଛନ୍ତି । ତେଣୁ କନ୍ଧମାଳ ଜିଲ୍ଳାର କରୋନା ଯୋଦ୍ଧା ଦିବଂଗତ ସାମ୍ବାଦିକ ତାରିଣୀ ପାଢୀଙ୍କ ପରିବାରଙ୍କୁ ଯଥାଶୀଘ୍ର ୧୫ଲକ୍ଷ ଟଙ୍କା ଆର୍ଥିିକ ସହାୟତା ପ୍ରଦାନ କରିବା ପାଇଁ ଏସୟୁଜେ ରାୟଗଡ ଜିଲ୍ଳା ଶାଖା ତରଫରୁ ଦାବି କରାଯାଇ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଅତିରିକ୍ତ ଜିଲ୍ଳାପାଳ ଶ୍ରୀ ପଣ୍ଡାଙ୍କୁ ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଏସୟୁଜେ ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ରାୟଗଡ ଜିଲ୍ଳା ଶାଖା ଉପଦେଷ୍ଠା ବରିଷ୍ଠ ସାମ୍ବାଦିକ ବାଦଲ କୁମାର ତା’, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସନ୍ତୋଷ କୁମାର ପାଣିଗ୍ରାହୀ, ଉପସଭାପତି ସହଦେବ ସାହୁ, ଜିଲ୍ଳା ସାଧାରଣ ସଂପାଦକ ସୁବାଷ ଚନ୍ଦ୍ର ସୂର୍ଯ୍ୟ, କୋଷାଧ୍ୟକ୍ଷ ସନ୍ତୋଷ କୁମାର ଦଳେଇଙ୍କ ସମେତ ସଂଘର ଅନ୍ୟ କାର୍ଯ୍ୟକର୍ତା ଓ ସଦସ୍ୟମାନେ ଯୋଗ ଦେଇ ପରିଚାଳନାରେ ସହଯୋଗ କରିଥିଲେ ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

ଅଲୋଡ଼ା ଶିଶୁକନ୍ୟା କୁ ଅପଣେଇଲେ ବେଙ୍ଗାଲୁରର ଏକ ଦମ୍ପତି

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର, ତା୨୨-୧୦): ବଲାଙ୍ଗୀର ଆୟୁର୍ବେଦିକ କଲେଜ ନିକଟରୁ ଉଦ୍ଧାର ହୋଇଥିବା ଅଲୋଡ଼ା ଶିଶୁକନ୍ୟା ଏବେ ବେଙ୍ଗାଲୁରର ଏକ ଦମ୍ପତି ଆସି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରିଛନ୍ତି...

କାଲରାତ୍ରୀ ବେଶରେ ଦେଉଛନ୍ତି ଦର୍ଶନ, ଏହି ବେଶ ସବୁଠାରୁ ମହତ୍ତ୍ୱପୂର୍ଣ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର (ତା୨୨-୧୦): ଆଜି ମା’ଙ୍କ କାଳରାତ୍ରୀ ବେଶ । ସହରର ସମଲେଶ୍ୱରୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, ଦୁର୍ଗା ମନ୍ଦିର ତଥା ଅନ୍ୟାନ୍ୟ ଦେବୀ ପୀଠରେ ଆଜି କାଳରାତ୍ରି...

ସ୍ଵାମୀ ଆକ୍ରମଣରେ ସ୍ତ୍ରୀ ଗୁରୁତର ଆହତ,ହତ୍ୟା ଉଦ୍ୟମ ଅଭିଯୋଗ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର,ତା୨୧-୧୦): ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଜଏରପଡା ଗାଁର ଘଟିଛି ଏକ ଅଭାବନୀୟ ଘଟଣା । ନିଜ ସ୍ତ୍ରୀକୁ ଏକ ଧାରୁଆ ଅସ୍ତ୍ରରେ ହତ୍ୟା ଉଦ୍ୟମ...

ବନ୍ଦ୍ରୀ ଠାରୁ କଡିଙ୍ଗଗଡ଼ାପା ରାସ୍ତା ନିର୍ମାଣ ବିଳମ୍ବକୁ ନେଇ ଜନ ଅଶନ୍ତୋଷ

ରିପୋର୍ଟ: କୈଳାସ ମାଳବିଶୋୟୀ // ଚନ୍ଦ୍ରପୁର ତା୨୨-୧୦): ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ବନ୍ଦୀରି ଗ୍ରାମରୁ କଡିଙ୍ଗଗାଡ଼ପା ପର୍ଯ୍ୟନ୍ତ ଲମ୍ବିଥିବା ରାସ୍ତା ମରଣ ଯନ୍ତାରେ ପରିଣତ।ଗଲା ଏକ ବର୍ଷ ପୂର୍ବେ ଜନସାଧାରଣଙ୍କ ଦାବିକୁ ଲକ୍ଷରେ...

Recent Comments

%d bloggers like this: