ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ୨୩ରେ ଅବପାତ !

0
45
ସୃଷ୍ଟି ହେଲା

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୧/୧୦) : ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର ।

ଏହି ଲଘୁଚାପ କ୍ଷେତ୍ରଟି ୨୩ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ୨୪ରେ ହାଲୁକା ବର୍ଷା ଓ ୨୫ରେ ବର୍ଷାର ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରାଯାଇଛି । ତେବେ ୨୦ରୁ ୨୩ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ପାଣିପାଗକେନ୍ଦ୍ର ପକ୍ଷରୁ କୁହାଯାଇଛି । ଲଘୁଚାପ ସୃଷ୍ଟି ହେବାପରେ ତାର ରୂପରେଖ ଜଣାପଡ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବ ଓଡ଼ିଶା ଉପରେ କ’ଣ ରହିବ, ସେ ନେଇ କିଛି ସ୍ପଷ୍ଟ ହୋଇ ନାହିଁ ।