Friday, October 23, 2020
Home District News ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ତରଫରୁ ଦଶ ଦିନିଆ ଛେଳି ପାଳନ...

ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ତରଫରୁ ଦଶ ଦିନିଆ ଛେଳି ପାଳନ କାର୍ଯ୍ୟକ୍ରମ ଆୟୋଜିତ

ରିପୋର୍ଟ: ସନ୍ତୋଷ କୁମାର ନାୟକ //
ବଲାଙ୍ଗୀର, ତା୧୭-୧୦): ବଲାଙ୍ଗୀର ଜିଲ୍ଲା ସଇଁନ୍ତଲା ବ୍ଳକର କନ୍ଧକେଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବିରାଟକାନି ଠାରେ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ତରଫରୁ ଦଶ ଦିନିଆ ଛେଳି ପାଳନ ତାଲିମ ଉଦ୍‌ଘାଟିତ ହୋଇଯାଇଛି ।

ଉକ୍ତ କାର୍ଯ୍ୟକ୍ରମରେ କନ୍ଧକେଲଗାଁ ୟୁଜିବି ଶାଖା ପ୍ରବନ୍ଧକ ମଧୁସୂଦନ ଦାସ ଆସି ତାଲିମାର୍ଥୀ ମାନଙ୍କୁ ବ୍ୟାଙ୍କ ବିଷୟରେ ବୁଝାଇବା ସହିତ ଶୁଭକାମନା କରିଥିଲେ । ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନର ନିର୍ଦେଶକ ଲକ୍ଷ୍ମୀଧର ମଲ୍ଲ୍ଲିକ, ଆର୍ ସେଠି ଲକ୍ଷ୍ୟ ଓ ଉଦେଶ୍ୟ ବିଷୟରେ ବୁଝାଇଥିବା ବେଳେ କରୋନା ମହାମାରୀ ରୂପ ଧାରଣ କରିଥିବା ଯୋଗୁ ସମସ୍ତ କାର୍ଯ୍ୟ ସାମାଜିକ ଦୂରତା ରକ୍ଷା କରି ସୁଚାରୁ ରୂପେ ସମ୍ପାଦନା କରିବା ପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ । ଅନୁଷ୍ଠାନର ପ୍ରଶିକ୍ଷକ ସୂର୍ଯ୍ୟମଣି ପ୍ରଧାନ ତାଲିମାର୍ଥୀ ମାନଙ୍କୁ ସକ୍ରିୟ ଅଂଶ ଗ୍ରହଣ କରିଥିବା ଯୋଗୁଁ ଧନ୍ୟବାଦ ଅର୍ପଣ କରିଥିଲେ । କିପରି ଭଲ ପ୍ରଶିକ୍ଷଣ ପାଇବା ସହିତ ଳାଭବାନ ହୋଇପାରିବେ, ସେ ବିଷୟରେ ଆଲୋଚନା କରିଥିଲେ । ଉକ୍ତ କାର୍ୟ୍ୟକ୍ରମରେ ସଇଁନ୍ତଲା ବ୍ଳକର କନ୍ଧକେଲଗାଁ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବିରାଟ କାନି, ସର୍ଗିପାଲି, ଡଙ୍ଗରପଡ଼ା ଓ ସିନଖମନର ୨୦ଜଣ ମନରେଗା ଶ୍ରମିକ ଓ ୧୫ଜଣ ସ୍ଵୟଂ ସହାୟକ ଦଳର ସଭ୍ୟା ଅଂଶଗ୍ରହଣ କରିଥିଲେ ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

ଅଲୋଡ଼ା ଶିଶୁକନ୍ୟା କୁ ଅପଣେଇଲେ ବେଙ୍ଗାଲୁରର ଏକ ଦମ୍ପତି

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର, ତା୨୨-୧୦): ବଲାଙ୍ଗୀର ଆୟୁର୍ବେଦିକ କଲେଜ ନିକଟରୁ ଉଦ୍ଧାର ହୋଇଥିବା ଅଲୋଡ଼ା ଶିଶୁକନ୍ୟା ଏବେ ବେଙ୍ଗାଲୁରର ଏକ ଦମ୍ପତି ଆସି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରିଛନ୍ତି...

କାଲରାତ୍ରୀ ବେଶରେ ଦେଉଛନ୍ତି ଦର୍ଶନ, ଏହି ବେଶ ସବୁଠାରୁ ମହତ୍ତ୍ୱପୂର୍ଣ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର (ତା୨୨-୧୦): ଆଜି ମା’ଙ୍କ କାଳରାତ୍ରୀ ବେଶ । ସହରର ସମଲେଶ୍ୱରୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, ଦୁର୍ଗା ମନ୍ଦିର ତଥା ଅନ୍ୟାନ୍ୟ ଦେବୀ ପୀଠରେ ଆଜି କାଳରାତ୍ରି...

ସ୍ଵାମୀ ଆକ୍ରମଣରେ ସ୍ତ୍ରୀ ଗୁରୁତର ଆହତ,ହତ୍ୟା ଉଦ୍ୟମ ଅଭିଯୋଗ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର,ତା୨୧-୧୦): ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଜଏରପଡା ଗାଁର ଘଟିଛି ଏକ ଅଭାବନୀୟ ଘଟଣା । ନିଜ ସ୍ତ୍ରୀକୁ ଏକ ଧାରୁଆ ଅସ୍ତ୍ରରେ ହତ୍ୟା ଉଦ୍ୟମ...

ବନ୍ଦ୍ରୀ ଠାରୁ କଡିଙ୍ଗଗଡ଼ାପା ରାସ୍ତା ନିର୍ମାଣ ବିଳମ୍ବକୁ ନେଇ ଜନ ଅଶନ୍ତୋଷ

ରିପୋର୍ଟ: କୈଳାସ ମାଳବିଶୋୟୀ // ଚନ୍ଦ୍ରପୁର ତା୨୨-୧୦): ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ବନ୍ଦୀରି ଗ୍ରାମରୁ କଡିଙ୍ଗଗାଡ଼ପା ପର୍ଯ୍ୟନ୍ତ ଲମ୍ବିଥିବା ରାସ୍ତା ମରଣ ଯନ୍ତାରେ ପରିଣତ।ଗଲା ଏକ ବର୍ଷ ପୂର୍ବେ ଜନସାଧାରଣଙ୍କ ଦାବିକୁ ଲକ୍ଷରେ...

Recent Comments

%d bloggers like this: