Friday, March 29, 2024

Top 5 This Week

Related Posts

କୁମାରପୂର୍ଣ୍ଣିମାରେ ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ପୁରୀ, (୨୭/୧୦) : ଆସନ୍ତାକାଲି କୁମାରପୂର୍ଣ୍ଣିମାରେ ଏକମାତ୍ର ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ ଅନୁଷ୍ଠିତ ହେବ । ଗ୍ରହଣର ସ୍ପର୍ଷ ସମୟ ହେଉଛି ରାତ୍ରି ୧ ଘଣ୍ଟା ୪ ମିନିଟ୍ ୫୫ ସେକେଣ୍ଡ ।

ଗ୍ରହଣ ସର୍ବମୋକ୍ଷ ରାତ୍ରି ୨ ଟା ୨୪ ମିନିଟ୍ ୨ ସେକେଣ୍ଡ । ଅର୍ଥାତ ଗ୍ରହଣର ଅବଧି ୧ ଘଣ୍ଟା ୧୯ ମିନିଟ ୭ ସେକେଣ୍ଡ । ଗ୍ରହଣର ୯ ଘଣ୍ଟା ପୂର୍ବରୁ ଅର୍ଥାତ୍ ଦିବା ୪ ଘଣ୍ଟା ୪ ମିନିଟ୍ ୫୫ ସେକେଣ୍ଡ ଠାରୁ ରାତ୍ର ୨ ଟା ୨୪ ମିନିଟି ୨ ସେକେଣ୍ଡ ପର୍ଯ୍ୟନ୍ତ ପାକତ୍ୟାଗ। ଅନ୍ନ ଭୋଜନ ଓ ଦେବନୀତି ନିଷିଦ୍ଧ । କିନ୍ତୁ ଶ୍ରୀମନ୍ଦିରରେ ଗ୍ରହଣ ସ୍ପର୍ଶ ହେବା ମାତ୍ରେ ନୀତିକାନ୍ତି ଆରମ୍ଭ ହୋଇଥାଏ । ଏହା ଶ୍ରୀମନ୍ଦିରର ସ୍ଵତନ୍ତ୍ରତା । ଏହି ଦିନ ଚକ୍ରରାଜ ସୁଦର୍ଶନ ଚାରିଆଶ୍ରମ ପରିକ୍ରମା କରିଥାନ୍ତି । ପ୍ରଥମେ ମାର୍କେଣ୍ଡେୟ ଆଶ୍ରମ, ଅଙ୍ଗିରା, ଭୃଗୁ ଶେଷରେ କଣ୍ଡୁ ଆଶ୍ରମ ବିଜେ କରିଥାନ୍ତି ।

ଚକ୍ରରାଜ ସୁଦର୍ଶନ ମଧ୍ୟାହ୍ନ ଧୂପ ପରେ ରତ୍ନ ସିଂହାସନରୁ ଆସି ଚଉଦୋଳରେ ବିଜେ ହୋଇ ପରିକ୍ରମା କରିବା ପରେ ପାକତ୍ୟାଗ ପୂର୍ବରୁ ରତ୍ନସିଂହାସନରେ ବିଜେ କରିବେ । ନୀତି ସବକମିଟି ବୈଠକରେ ଗ୍ରହଣକୁ ନେଇ ଆଲୋଚନା ହୋଇଛି । ସେବାୟତ ମାନେ ନୀତି ସୃଙ୍ଖଳିତ କରିବାକୁ ପରାମର୍ଶ ଦିଆଯାଇଛି ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

Popular Articles