Friday, October 23, 2020
Home District News ଶହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତିକୁ ଅପମାନ

ଶହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତିକୁ ଅପମାନ

ରିପୋର୍ଟ: ରବିଶଙ୍କର ମହାପାତ୍ର //
କୋରାପୁଟ (୧୭/୧୦): କବାଟବିହୀନ ମହିଳା ପରିସ୍ରାଗାର ମଧ୍ୟରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତିକୁ କେହି ଫିଙ୍ଗି ଦେଇଥିବା ଦୃଷ୍ଟିଗୋଚର ହୋଇଛି ।

ଏ ଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲ୍ଲା କୋଟପାଡ଼ ମହାବିଦ୍ୟାଳୟରେ ଥିବା ମହିଳା ପରିସ୍ରାଗାର ମଧ୍ୟରେ । ପ୍ରତିମୂର୍ତ୍ତିଟିର ଚାରିଆଡେ ମଦ ବୋତଲ ଗୁଡିକ ପଡିଥିବା ଦେଖିବାକୁ ମିଳିଛି । ଦେଶ ପାଇଁ ଜୀବନ ଦେଇଥିବା ମହାନ ଆଦିବାସୀ ସ୍ବାଧୀନତା ସଂଗ୍ରାମୀ ତଥା ଶହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତି ପ୍ରତି ଏପରି ଅସମ୍ମାନକୁ ସାଧାରଣରେ ତୀବ୍ର ନିନ୍ଦା କରାଯାଇଛି । ଏଥି ସହ ମହିଳା ଶୌଚାଳୟରେ କବାଟ ଲାଗି ନ ଥିବା କୋଟପାଡ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ବୁଦ୍ଧିଜୀବି ମହଲରେ ପ୍ରବଳ ଉଦବେଗ ପ୍ରକାଶ ପାଇଛି । ପ୍ରଶାସନ ଶୀଘ୍ର ପଦକ୍ଷେପ ନେବାକୁ ସାଧାରଣରେ ଦାବି ଜୋର ଧରିଛି ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

ଅଲୋଡ଼ା ଶିଶୁକନ୍ୟା କୁ ଅପଣେଇଲେ ବେଙ୍ଗାଲୁରର ଏକ ଦମ୍ପତି

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର, ତା୨୨-୧୦): ବଲାଙ୍ଗୀର ଆୟୁର୍ବେଦିକ କଲେଜ ନିକଟରୁ ଉଦ୍ଧାର ହୋଇଥିବା ଅଲୋଡ଼ା ଶିଶୁକନ୍ୟା ଏବେ ବେଙ୍ଗାଲୁରର ଏକ ଦମ୍ପତି ଆସି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରିଛନ୍ତି...

କାଲରାତ୍ରୀ ବେଶରେ ଦେଉଛନ୍ତି ଦର୍ଶନ, ଏହି ବେଶ ସବୁଠାରୁ ମହତ୍ତ୍ୱପୂର୍ଣ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର (ତା୨୨-୧୦): ଆଜି ମା’ଙ୍କ କାଳରାତ୍ରୀ ବେଶ । ସହରର ସମଲେଶ୍ୱରୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, ଦୁର୍ଗା ମନ୍ଦିର ତଥା ଅନ୍ୟାନ୍ୟ ଦେବୀ ପୀଠରେ ଆଜି କାଳରାତ୍ରି...

ସ୍ଵାମୀ ଆକ୍ରମଣରେ ସ୍ତ୍ରୀ ଗୁରୁତର ଆହତ,ହତ୍ୟା ଉଦ୍ୟମ ଅଭିଯୋଗ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର,ତା୨୧-୧୦): ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଜଏରପଡା ଗାଁର ଘଟିଛି ଏକ ଅଭାବନୀୟ ଘଟଣା । ନିଜ ସ୍ତ୍ରୀକୁ ଏକ ଧାରୁଆ ଅସ୍ତ୍ରରେ ହତ୍ୟା ଉଦ୍ୟମ...

ବନ୍ଦ୍ରୀ ଠାରୁ କଡିଙ୍ଗଗଡ଼ାପା ରାସ୍ତା ନିର୍ମାଣ ବିଳମ୍ବକୁ ନେଇ ଜନ ଅଶନ୍ତୋଷ

ରିପୋର୍ଟ: କୈଳାସ ମାଳବିଶୋୟୀ // ଚନ୍ଦ୍ରପୁର ତା୨୨-୧୦): ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ବନ୍ଦୀରି ଗ୍ରାମରୁ କଡିଙ୍ଗଗାଡ଼ପା ପର୍ଯ୍ୟନ୍ତ ଲମ୍ବିଥିବା ରାସ୍ତା ମରଣ ଯନ୍ତାରେ ପରିଣତ।ଗଲା ଏକ ବର୍ଷ ପୂର୍ବେ ଜନସାଧାରଣଙ୍କ ଦାବିକୁ ଲକ୍ଷରେ...

Recent Comments

%d bloggers like this: