Saturday, August 8, 2020
Home Death Case ବଜାରକୁ ଯାଇ ଘରକୁ ଫେରୁଥିବା ବେଳେ ଅଂଶୁଘାତରେ ମୃତ୍ୟୁ

ବଜାରକୁ ଯାଇ ଘରକୁ ଫେରୁଥିବା ବେଳେ ଅଂଶୁଘାତରେ ମୃତ୍ୟୁ

କଟକ (ସନ୍ତୋଷ ବାରିକ): କଟକ ଜିଲ୍ଲା ଆଠଗଡ଼ ଥାନା ଅନ୍ତର୍ଗତ ରାଧାଗୋବିନ୍ଦପୁର ପଞ୍ଚାୟତର ଷୋଳଘରିଆ ଗ୍ରାମର ଗୋକୁଳାନନ୍ଦ ନାୟକଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା ଆଂଶକା ପ୍ରକାଶ ପାଇଛି ।

ଷୋଳଘରିଆ ଗ୍ରାମର ସାଧୁ ଚରଣ ନାୟକ ଙ୍କ ପୁଅ ଗୋକୁଳାନନ୍ଦ ନାୟକଙ୍କ (୪୭) ଆଜି ସକାଳେ ବଜାରକୁ ଯାଇ ଘରକୁ ଫେରୁଥିବା ବେଳେ ତାଙ୍କ ଘର ବାରଣ୍ଡାରେ ଅଚେତ ହୋଇ ପଡ଼ି ଯାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଆଠଗଡ଼ ଡ଼ାକ୍ତରଖାନାକୁ ଅଣାଯାଇଥିଲା ହେଲେ ଡାକ୍ତରଖାନାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଘଟଣାସ୍ଥଳରେ ଆଠଗଡ଼ ପୋଲିସ ପହଞ୍ଚି ଶବକୁ ଜବତ କରିବା ସହିତ ଶବ ବ୍ୟବଚ୍ଛେଦ କରିବା ପାଇଁ ପଠାଇଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡିବ।ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ଗୋକୁଳାନନ୍ଦ ଙ୍କ ମୃତ୍ୟୁ କୁ ନେଇ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି |

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

ବନ୍ଧୁଗାଁ ବ୍ଲକରେ ବିଜେଡି ଜୋନାଲ କମିଟିର ବୈଠକ ଆୟୋଜନ ଓ ଆଲୋଚନା ଚକ୍ର

ରିପୋର୍ଟ: ମିନା ବେହେରା // ବନ୍ଧୁଗାଁ (ତା ୬:୮:୨୦): ବନ୍ଧୁଗାଁ ବ୍ଲକର କୁଟ୍ରାବେଡା ଓ କୁମ୍ଭାରୀପୁଟ ମଧ୍ୟସ୍ତ ସ୍ଥାନରେ ବିଜେଡି ଦଳ ତରଫରୁ ପଣ୍ଡିତ ବିଷୟଙ୍କ ଏକ ଜୋନାଲ କମିଟି ଓ ଆଲୋଚନା ଚକ୍ର...

ବିପିଏଲ ପରିବାରଙ୍କୁ ୱେସକୋର କରୋନା ମାଡ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୬ ୵ ୮ ): କରୋନା ମହାମାରୀ ଯୋଗୁଁ କାମଧନ୍ଦା ନ ପାଇଁ ସବୁଠୁଁ ବେଶୀ ସମସ୍ୟା ଭିତରେ ଦରିଦ୍ର ସୀମାରେଖା ତଳେ ଥିବା...

Recent Comments

%d bloggers like this: