ଆଜି ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ, ପଢ଼ନ୍ତୁ ଏହାକୁ ନେଇ କଣ ରହିଛି ଧାର୍ମିକ କଥା

ରିପୋର୍ଟ: ସନ୍ତୋଷ କୁମାର ନାୟକ //
ପୁରୀ,ତା୨୯-୧୧): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପବିତ୍ର ପଞ୍ଚୁକ ନୀତି ଅବସରରେ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହେଉଛି । ତେବେ କୋରୋନା କଟକଣା ମଧ୍ୟରେ ସମସ୍ତ ନୀତିକାନ୍ତି ହେବା । ଏଥି ସହିତ ଭକ୍ତଙ୍କ ଦର୍ଶନ ଉପରେ ପ୍ରତିବନ୍ଧକ ଲଗାଯାଇଛି ।

ମିଳିଥିବା ସୂଚନା ମୁତାବକ, ପଞ୍ଚୁକର ଚତୁର୍ଥ ଦିବସ ଅର୍ଥାତ କାର୍ତ୍ତିକମାସ ଶୁକ୍ଳପକ୍ଷ ବୈକୁଣ୍ଠ ଚତୁର୍ଦ୍ଦଶୀ ତିଥି ଦିନ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କୁ ଡାଳିକିଆ ବା ଲକ୍ଷ୍ମୀନୃସିଂହ ବେଶରେ ସଜ୍ଜିତ କରାଯାଇଥାଏ । ଏହି ଦିନ ଶ୍ରୀକ୍ଷେତ୍ରସ୍ଥ ଚକ୍ରନୃସିଂହଙ୍କ ନିକଟରୁ ଶ୍ରୀଜୀଉଙ୍କ ପାଖକୁ ଆଜ୍ଞାମାଳ ଆସିଥାଏ । ପ୍ରଭୁଙ୍କର ଏପରି ବେଶ ପାଇଁ ନେପାଳର ରାଜା, ଶ୍ରୀରାମଦାସ ମଠ ଓ ବଡ଼ଛତା ମଠମାନଙ୍କ ସହଯୋଗରେ ଏହି କାର୍ଯ୍ୟ ସମ୍ପନ୍ନ ହୋଇଥାଏ। ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ । ସେବାୟତମାନେ ରତ୍ନଭାଣ୍ଡାରରୁ ଆଣିଥିବା ବିଭିନ୍ନ ପ୍ରକାର ସୁବର୍ଣ୍ଣ ଅଳଙ୍କାରରେ ଠାକୁରଙ୍କୁ ସଜାଇଥାନ୍ତି । ସୋଲ ଓ ଜରିରେ ଡାଳି କରାଯାଇ ସେଥିରେ ପର୍ଯ୍ୟାପ୍ତ ସଂଖ୍ୟକ ରଙ୍ଗବେରଙ୍ଗର ଫୁଲ ସବୁକୁ ଶ୍ରୀମସ୍ତକରେ ଲଗାଯାଏ । ଏହି ଡାଳ ମଝି ମଝିରେ ଠିଆପାଖୁଡ଼ା ଆକୃତିର ସ୍ବର୍ଣ୍ଣକିଆ ଖଞ୍ଜାଯାଇଥାଏ । ଗୋପାଳ ବଲ୍ଲଭ, ବାଳଭୋଗ ଓ ସକାଳଧୂପ ଶେଷ ହେବା ପର୍ଯ୍ୟନ୍ତ ଏହି ବେଶ ରହିଥାଏ।

Welcome to Odisha News24

error: Content is protected !!
Chat on Whatsapp
1
Hello
Hello
How Can I Help You ?
%d bloggers like this: