ଆନ୍ଧ୍ର ଓଡିଶା ସୀମା ଚେକିଂ ପଏଣ୍ଟ ସାନ୍ଧୁବାଡ଼ି ଗସ୍ତ କରି ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //
ରାୟଗଡ ତା.୧୫/୦୫): ରାୟଗଡ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ମିଶ୍ର ଆନ୍ଧ୍ର ଓଡିଶା ସୀମାନ୍ତ ସାନ୍ଧୁବାଡ଼ି ଚେକପଏଣ୍ଟ ଗସ୍ତ କରି ଯାଞ୍ଚ ପ୍ରକ୍ରିୟା ଅନୁଧ୍ୟାନ କରିଥିଲେ | ସେଠାରେ ନିୟୋଜିତ ପୋଲିସ କର୍ମଚାରୀ, ପରିବହନ କର୍ମଚାରୀ, ଶିକ୍ଷକ ଆଦିଙ୍କ ସହିତ ବିଭିନ୍ନ ସମସ୍ୟା ସମ୍ବନ୍ଧରେ ଆଲୋଚନା କରିବା ସହ ବାହାର ରାଜ୍ୟରୁ ଆସୁଥିବା ଯାତ୍ରୀଙ୍କୁ କଡାକଡି ଯାଞ୍ଚ କରିବା ଓ ସେମାନଙ୍କୁ ୧୪ଦିନ ସଙ୍ଗରୋଧକୁ ପଠାଇବେ ବୋଲି ଜିଲ୍ଲାପାଳ ଶ୍ରୀ ମିଶ୍ର କହିଥିଲେ |

ଏହି ଚେକିଂ ପଏଣ୍ଟ ଦେଇ ଆନ୍ଧ୍ର ଫେରନ୍ତା ଓଡ଼ିଶାରାଜ୍ୟକୁ ଫେରୁଥିବା ଯାତ୍ରୀମାନଙ୍କୁ କଡାକଡି ଯାଞ୍ଚ କରିଵା ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି | ଏହି ଗସ୍ତ ସମୟରେ ଜିଲ୍ଲାପାଳ ଶ୍ରୀ ମିଶ୍ର ଲୋକମlନଙ୍କୁ ମାସ୍କ ବ୍ୟବହାର, ସାମାଜିକ ଦୂରତା ବଜାୟ ରଖିବା ଉପରେ ସଚେତନ କରି କରନା ଠାରୁ ଦୂରେଇ ରଖାଯିବl ନେଇ ସଚେତନତା କରିଥିଲେ | ରାସ୍ତାରେ ଗଲାବେଳେ ଗୋଟିଏ କlରକୁ ଓ ଗୋଟିଏ ଅଟୋକୁ ଅଟକାଇ ଅଧିକ ଯାତ୍ରୀ ନେଇକି ଯାଉଥିବାରୁ ତାଙ୍କୁ ଜରିମାନା ପାଇଁ ପୋଲିସ ଓ ପରିବହନ ଅଧିକାରୀଙ୍କୁ କହିଥିଲେ | ଜିଲ୍ଲାପାଳ ଶ୍ରୀ ମିଶ୍ରଙ୍କ ସହିତ, ଉପଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ପ୍ରଧାନ, ବିଡ଼ିଓ ରାୟଗଡ,ରାଜେନ୍ଦ୍ର ମାଝୀ, ତହସିଲଦାର ରାୟଗଡ ଶ୍ରୀ ଉମାଶଙ୍କର ବେହେରା ପ୍ରମୁଖ ଉପସ୍ଥିତ ଥିଲେ |

Welcome to Odisha News24

error: Content is protected !!
%d bloggers like this: