ସାଧାରଣ ଜନତାଙ୍କ ସ୍ୱର

ଆସନ୍ତାକାଲି ରାଜ୍ୟ କ୍ୟାବିନେଟ୍ ବୈଠକ; ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ ହେବ ନିଷ୍ପତ୍ତି

ରିପୋର୍ଟ: ସନ୍ତୋଷ ନାୟକ //
ଭୁବନେଶ୍ୱରତା,୦୮-୧୨): ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆସନ୍ତାକାଲି ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଭର୍ଚୁଆଲ କ୍ୟାବିନେଟ ବୈଠକ ସନ୍ଧ୍ୟା ୬ଟା ୪୫ ମିନିଟରେ ହେବ ବୋଲି ଜଣାପଡ଼ିଛି ।

ସୂଚନା ଅନୁସାରେ, କ୍ୟାବିନେଟ ବୈଠକ ସମ୍ପର୍କରେ ମନ୍ତ୍ରୀମାନଙ୍କୁ କେବଳ ଅବଗତ କରାଯାଇଛି । ଏଜେଣ୍ଡା ସମ୍ପର୍କରେ କୌଣସି ସୂଚନା ଦିଆଯାଇନାହିଁ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ଓ ମନ୍ତ୍ରୀମାନେ ନିଜ ନିଜ ଜିଲ୍ଲାରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସାମିଲ ହେବେ । ଭୁବନେଶ୍ୱରରେ ଥିବା ମନ୍ତ୍ରୀମାନେ ଲୋକସେବା ଭବନରେ ଉପସ୍ଥିତ ରହିବେ । ନିର୍ଭରଯୋଗ୍ୟ ସୂତ୍ର ଅନୁସାରେ, ଆସନ୍ତାକାଲି କ୍ୟାବିନେଟ ବୈଠକରେ ପୁରୀ ଶ୍ରୀମନ୍ଦିର ଢାଞ୍ଚାରେ ଶ୍ରୀଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଚିଠା ଆଇନକୁ କ୍ୟାବିନେଟ୍ ଅନୁମୋଦନ ମିଳିବାର ସମ୍ଭାବନା ରହିଥିବା ବେଳେ କେତେକ ଟେଣ୍ଡରକୁ ମଧ୍ୟ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି ।

Welcome to Odisha News24

%d bloggers like this: