କରୋନାରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କର ପରଲୋକ

ରିପୋର୍ଟ: ଶୁଭାଶିଷ ନାୟକ //
ଭୁବନେଶ୍ୱର(୦୨/୦୬): ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ବିଜୟଶ୍ରୀ ରାଉତରାୟଙ୍କର ଆଜି ପରଲୋକ ଘଟିଛି । କରୋନାରେ ଆକ୍ରାନ୍ତ ହୋଇ ସେ ଭୁବନେଶ୍ୱରସ୍ଥିତ ସମ୍ ହସ୍ପିଟାଲରେ ଚିକିତ୍ସାଧୀନ ରହିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ପରଲୋକ ନେଇ ତାଙ୍କ ସଂପର୍କୀୟ ସୂଚନା ପ୍ରଦାନ କରିଛନ୍ତି । ତାଙ୍କ ବିୟୋଗରେ ରାଜନୀତି ମହଲରେ ଶୋକର ଛାୟା ଖେଳିଯାଇଛି ।

ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ପୁଅ ହେଉଛନ୍ତି ବିଜୟଶ୍ରୀ ରାଉତରାୟ । ଭଦ୍ରକ ଜିଲ୍ଲା ବାସୁଦେବପୁର ନିର୍ବାଚନ ମଣ୍ଡଳିରୁ ୬ ଥର ବିଧାୟକ ଭାବେ ଜିତିଥିଲେ ବିଜୟଶ୍ରୀ । ସ୍ୱାସ୍ଥ୍ୟ, ଜଙ୍ଗଲ ଓ ପରିବେଶ ବିଭାଗ ସହିତ ନବୀନ ସରକାରରେ ଏକାଧିକ ବିଭାଗର ମନ୍ତ୍ରୀ ମଧ୍ୟ ଥିଲେ ଶ୍ରୀ ରାଉତରାୟ । ଏବେ ତାଙ୍କ ପୁଅ ବାସୁଦେବପୁର ନିର୍ବାଚନ ମଣ୍ଡଳୀ ବିଜେଡି ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି । ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।ଏକ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ବର୍ଗତ ରାଉତରାୟ ଙ୍କୁ ଜଣେ ଲୋକପ୍ରିୟ ରାଜନେତା ତଥା ଅମାୟିକ ବ୍ୟକ୍ତିତ୍ବ ଭାବରେ ବର୍ଣନା କରିଛନ୍ତି।ଦଳ ମତ ନିର୍ବିଶେଷରେ ସେ ସମସ୍ତଙ୍କ ପ୍ରିୟଭାଜନ ଥିଲେ ।ରାଜ୍ୟ ସରକାରଙ୍କ ଜଣେ ମନ୍ତ୍ରୀ ଭାବରେ ସେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ଦଷତା ର ସହ ନିର୍ବାହ କରିଥିଲେ ।ତାଙ୍କର ବିୟୋଗରେ ଆମ ସମସ୍ତଙ୍କ ପାଇଁ ଏକ ବିରାଟ ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି

Welcome to Odisha News24

error: Content is protected !!
%d bloggers like this: