ସାଧାରଣ ଜନତାଙ୍କ ସ୍ୱର

ନକଲି ପୁଲିସକୁ ଧରିଲା ଅସିଲି ପୁଲିସ, ଦୁଇ ଗିରଫ

ରିପୋର୍ଟ: ବିଭୁତି ଲହରିଆ //
ବାଲିଗୁଡ଼ା (୬/୩): ବଡ଼ ଧରଣର ଡକାୟତି ଯୋଜନା ପଣ୍ଡ କଲା ବାଲିଗୁଡ଼ା ପୁଲିସ । ଘଟଣାରେ ଦୁଇଜଣ ଫେକ୍ ପୋଲିସ୍ ଅଫିସର ଗିରଫ ହୋଇଥିବା ବେଳେ ଅନ୍ୟ ତିନିଜଣ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ବାଲିଗୁଡ଼ା ପୋଲିସ ପକ୍ଷରୁ ଏହାର ରବିନ୍ଦ୍ର ମୁଣ୍ଡାରୀ ଓ ତାଙ୍କ ଟିମ୍ ରାତ୍ରୀ କାଳୀନ ପେଟ୍ରୋଲିଂ କରୁଥିବା ବେଳେ ଖଡ଼ଗନଦୀ ପୋଲ ନିକଟ ଏକ ଅନ୍ଧାରୁଆ ସ୍ଥାନରେ କିଛି ସନ୍ଦିଗ୍ଧ ଲୁଚି ରହିଥିବା ଦେଖିବାକୁ ପାଇଥିଲେ ।

ପୋଲିସକୁ ଦେଖି ଦୌଡ଼ି ପଳାଇବା ବେଳେ ପିଛା କରି ଦୁଇଜଣଙ୍କୁ ପୋଲିସ୍ କାବୁ କରିବାରେ ସକ୍ଷମ ହୋଇଥିବା ବେଳେ ଅନ୍ୟ ତିନିଜଣ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଥିବା ପୋଲିସ୍ ପକ୍ଷରୁ ସୂଚନା ମିଳିଛି । ଗିରଫ ଦୁଇଜଣ ପୋଲିସ୍ ଏଏସ୍ ଆଇ ପୋଷାକ ପିନ୍ଧି ନିଜକୁ ପୋଲିସ୍ ସଜେଇ କିଛି ସ୍ଥାନୀୟ ଦୁର୍ବୃତ୍ତଙ୍କ ସହ ମିଶି ସେହି ରାସ୍ତା ଦେଇ ଯାଉଥିବା ଗାଡ଼ି ଓ ଲୋକମାନଙ୍କ ଠାରୁ ଟଙ୍କା,ସୁନା ଓ ଗଞ୍ଜେଇ ଆଦି ଲୁଟ୍ କରିବା ପାଇଁ ଏକ ବଡ଼ ଷଡ଼ଯନ୍ତ୍ର କରୁଥିଲେ ବୋଲି ପୋଲିସ କହିଛି । ସେପଟେ ଦୁଇ ଫେକ୍ ପୋଲିସ୍ ନିକଟରୁ ଗୋଟିଏ ମାରୁତି ସୁଇଫ୍ଟ ଡିଜାଏର କାର୍, ଗୋଟିଏ ଲୁହା ରଡ୍, ଦୁଇଟି ବେତ ଲାଠି,ଦୁଇହଳ ପୋଲିସ୍ ଡ୍ରେସ୍, ଗୋଟିଏ ଖେଳଣା ପିସ୍ତଲ୍,ସାତୋଟି ପୋଲିସ୍ ଟୋପି ସହ ବିଭିନ୍ନ ମାରଣାସ୍ତ୍ର ଜବତ୍ କରିଛି ପୋଲିସ । ଗିରଫ ଦୁଇଜଣ କଟକ ଜିଲ୍ଲା ଅଞ୍ଚଳର ହୋଇଥିବା ପୋଲିସ୍ ପକ୍ଷରୁ ସୂଚନା ମିଳିଛି । ଏହି ଘଟଣାରେ ଆଉ କିଏ କିଏ ସମ୍ପୃକ୍ତ ଅଛନ୍ତି ଏବଂ ଏଭଳି ଲୁଟ୍ କେତେଦିନ ହେଲା ଏବଂ କେଉଁ କେଉଁ ସ୍ଥାନରେ ହୋଇଛି ସେନେଇ ଅଧିକ ତଦନ୍ତ ଚାଲିଥିବା କହିଛନ୍ତି ବାଲିଗୁଡ଼ା ଥାନା ଅଧିକାରୀ ପ୍ରଶାନ୍ତ କୁମାର ବେହେରା ।ଏନେଇ ବାଲିଗୁଡା ଥାନାରେ ଏକ ମାମଲା ରୁଜୁ ହୋଇଛି |

Welcome to Odisha News24

%d bloggers like this: