ନେଗିପାଲି ଗ୍ରାମକୁ ପାଇପ ଯୋଗେ ପାନୀୟ ଜଳଯୋଗାଣର ଭୂମି ପୂଜନ

ରିପୋର୍ଟ: ବିମଳେନ୍ଦୁ ସାହୁ //
ଲୋଇସିଂହା (୧୭/୦୪): ଗ୍ରାମ୍ୟ ପାନୀୟ ଜଳଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ବଲାଂଗୀର ଜିଲା ଲୋଇସିଂହା ବ୍ଲକ ବୁଢ଼ୀପଦର ପଂଚାୟତର ନେଗିପାଲି ଗ୍ରାମକୁ ପାଇପ ଯୋଗେ ଜଳ ଯୋଗାଣ କାର୍ଯ୍ୟକ୍ରମ ର ଭୂମିପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।

ସରପଞ୍ଚ ଶ୍ରୀମତୀ ଲକ୍ଷ୍ମୀ ପଧାନ ଆନୁଷ୍ଠାନିକ ଭାବେ ନଡ଼ିଆ ଭାଙ୍ଗି ଏହାର ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମରେ ରାଜେଶ୍ବର କୁଅଁର, ହେମରାଜ ମହାକୁର, କିଶୋର ଦର୍ଜି, ଶତ୍ରୁଘନ ମହାକୁର, ରଶ୍ମିରଞ୍ଜନ ବିଶି ପ୍ରମୁଖଙ୍କ ସମେତ ଶତାଧିକ ଗ୍ରାମବାସୀ ଉପସ୍ଥିତ ଥିଲେ ।

Welcome to Odisha News24

error: Content is protected !!
%d bloggers like this: