ଠକେଇ ଅଭିଯୋଗରେ ଗିରଫ ହୋଇଥିବା ପାଠକ ବାପ-ପୁଅଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ୍

ରିପୋର୍ଟ: ସୁଭାସିସ ନାୟକ //
ଭୁବନେଶ୍ୱର (୦୯/୦୬): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଏବଂ ଠକେଇ ଅଭିଯୋଗରେ ଗିରଫ ହୋଇଥିବା ପାଠକ ବାପ-ପୁଅଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ହୋଇଥିବା ଠକେଇ ଅଭିଯୋଗରେ ଆଇଏଫ୍ଏସ୍ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କୁ ହାଇକୋର୍ଟରୁ ଜାମିନ ମିଳିଛି । ସେମାନଙ୍କ ବିରୋଧରେ ଅନ୍ୟ ମାମଲାଗୁଡିକ ବିଚାରାଧୀନ ଥିବାରୁ ପାଠକ ବାପାପୁଅ ଏବେ ଜେଲରୁ ବାହାରି ପାରିବେ ନାହିଁ ବୋଲି ସୂଚନା ମିଳିଛି ।

ସୂଚନାଯୋଗ୍ୟ, ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ଠକେଇ ନେଇ ଗୋଳନ୍ଥରା ଥାନାରେ ଉଭୟ ବାପପୁଅଙ୍କ ନାଁରେ ଅଭିଯୋଗ ହୋଇଥିଲା । ଏହି ମାମଲାର ଶୁଣାଣି କରି ହାଇକୋର୍ଟ ଉଭୟ ବାପପୁଅଙ୍କୁ ଜାମିନ ପ୍ରଦାନ କରିଛନ୍ତି । ୨ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ଉଭୟଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ଅଭୟକାନ୍ତ ଆୟ ବର୍ହିଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗ ହେବା ପରେ ଭିଜିଲାନ୍ସ ପକ୍ଷରୁ ବିଭିନ୍ନ ସ୍ଥାନରେ ରେଡ୍ କରାଯାଇଥିଲା । ଏହି ସମୟରେ ତାଙ୍କ ପୁଅ ମଧ୍ୟ ରାଡାର ମଧ୍ୟକୁ ଆସିଥିଲେ । ନିଜକୁ ଟାଟା ମୋଟର୍ସର ନିଦେ୍ର୍ଧଶକ ଭାବେ ପରିଚୟ ଦେଇ ଆକାଶ ପାଠକ ଗଞ୍ଜାମ ଜିଲ୍ଲାର ବହୁ ଯୁବକ ଯୁବତୀଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିଲା । ଏହି ମାମଲାର ତଦନ୍ତ କ୍ରାଇମବ୍ରାଞ୍ଚ କରୁଥିବା ବେଳେ ହାଇକୋର୍ଟ ସେମାନଙ୍କୁ ଜାମିନ ପ୍ରଦାନ କରିଛନ୍ତି ।

Welcome to Odisha News24

error: Content is protected !!
Chat on Whatsapp
1
Hello
Hello
How Can I Help You ?
%d bloggers like this: