ପୁଣି ବଢିଲା ମୃତ୍ୟୁ ସଂଖ୍ୟା ; ରାଜ୍ୟରୁ ନୂଆ ୪୦ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ରିପୋର୍ଟ: ସୁଭାସିସ ନାୟକ //
ଭୁବନେଶ୍ୱର(୦୫/୦୬): ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟାରେ ରୋକା ଲାଗୁନି । ରାଜ୍ୟରୁ ୨୪ ଘଣ୍ଟା ମଧ୍ୟରେ ଆଉ ୪୦ ଜଣଙ୍କ ମୃତ୍ୟୁ ହୋଇଛି । ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୫୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି ୪୦ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ମୃତକ ଥିବା ବେଳେ କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ ଅଛନ୍ତି । ଅନୁଗୋଳ, ବୌଦ୍ଧ, ଝାରସୁଗୁଡ଼ା ଓ କଳାହାଣ୍ଡି ଜିଲ୍ଲାରୁ ୩ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ ବରଗଡ଼, ବଲାଙ୍ଗିର ଓ ଦେବଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ସେହିଭଳି ଗଞ୍ଜାମ, କନ୍ଧମାଳ, ନୟାଗଡ଼ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୯୧କୁ ବୃଦ୍ଧି ପାଇଥିବା ବେଳେ ଗଞ୍ଜାମରେ ୨୮୮, ସୁନ୍ଦରଗଡ଼ରେ ୨୮୨ ଓ କଟକରେ ୧୮୦ରେ, ଅନୁଗୋଳ ଜିଲ୍ଲାରେ ୧୨୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ବରଗଡ଼ରେ ୫୧, ବଲାଙ୍ଗିରରେ ୬୬, ବୌଦ୍ଧରେ ୫୪, ଦେବଗଡ଼ରେ ୨୩, ଝାରସୁଗୁଡ଼ାରେ ୬୭, କଳାହାଣ୍ଡିରେ ୧୩୧, କନ୍ଧମାଳରେ ୪୨, ମୟୂରଭଞ୍ଜରେ ୯୮, ନୟାଗଡ଼ରେ ୫୨ ଓ ସମ୍ବଲପୁର ଜିଲ୍ଲାରେ ୯୩କୁ ବୃଦ୍ଧି ପାଇଛି ।

Welcome to Odisha News24

error: Content is protected !!
%d bloggers like this: