ବରିଷ୍ଠ ଜନସମ୍ପର୍କ ଅଧିକାରୀ ସ୍ୱର୍ଗତ ସ୍ୱରାଜ୍ୟ ଶିଶାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି

Date:

Share post:

ରାୟଗଡା, (୨୭/୦୬) : ଆପ୍ର : କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱର୍ଗତ ସ୍ୱରାଜ୍ୟ ଶିଶାଙ୍କ ପରଲୋକରେ ସମଗ୍ର ସୂଚନା ଓ ଲୋକସମ୍ପର୍କ ପରିବାର ମଧ୍ୟରେ ଗଭୀର ଶୋକର ଛାୟା ଖେଳିଯାଇଛି ।

ତାଙ୍କ ପାର୍ଥିବ ଶରୀର ନିକଟରେ ଉପସ୍ଥିତ ଅଧିକାରୀମାନେ ପୁଷ୍ପମାଲ୍ୟ ଅର୍ପଣ କରି ଶେଷ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ଏବଂ ଅମର ଆତ୍ମାର ସଦ୍‌ଗତି କାମନା କରିଥିଲେ । ଏହି ଅବସରରେ ଦକ୍ଷିଣାଞ୍ଚଳ ଉପ-ନିର୍ଦ୍ଦେଶକ ଶ୍ରୀ ବସନ୍ତ କୁମାର ପ୍ରଧାନ, କୋରାପୁଟ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ତପନ କୁମାର ନାୟକ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ନରେଶଚନ୍ଦ୍ର ଶବର, ମାଲକାନଗିରି ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ପ୍ରମିଳା ମାଝୀ, ରାୟଗଡ଼ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଦେବରାଜ ଟାକ୍ରି, ଗଜପତି ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ପ୍ରଦୀପ୍ତ ଗୁରୁମାଇ, ନବରଙ୍ଗପୁର ଉପଖଣ୍ଡ-ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ସତ୍ୟନାରାୟଣ ପ୍ରଧାନ, କୋରାପୁଟ ଉପଖଣ୍ଡ -ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ରାଧାରାଣୀ ସରକାର ଏବଂ ଜୟପୁର ଉପଖଣ୍ଡ-ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ ଯଶୋଦା ଗାଦବା, କୋରାପୁଟ କଂଗ୍ରେସ ସଭାପତି, ସମ୍ବାଦିକ ବନ୍ଧୁ ଓ ଅନ୍ୟାନ୍ୟ ମାନ୍ୟଗନ ବ୍ୟକ୍ତି ଉପସ୍ଥିତ ରହି ସ୍ୱର୍ଗତ ଶିଶାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଉପସ୍ଥିତ ଅଧିକାରୀମାନେ ସ୍ୱର୍ଗତ ସ୍ୱରାଜ୍ୟ ଶିଶାଙ୍କ ନିଷ୍ଠା, କର୍ମଦକ୍ଷତା ଏବଂ ଜନସମ୍ପର୍କ କ୍ଷେତ୍ରରେ ତାଙ୍କର ଅବଦାନକୁ ସ୍ମରଣ କରିଥିଲେ । ତାଙ୍କ ବିୟୋଗ ବିଭାଗ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ସମସ୍ତେ ମତପ୍ରକାଶ କରିଥିଲେ । ଶେଷରେ ତାଙ୍କର ଅମର ଆତ୍ମାର ସଦ୍‌ଗତି ନିମନ୍ତେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here

spot_img

Related articles

ବିଳମ୍ବରେ ଆରମ୍ଭ ଉଦ୍ୟମୀ ଓଡ଼ିଶା କାର୍ଯ୍ୟକ୍ରମ

ରାୟଗଡା, (୨୭/୦୬) : ଆପ୍ର : ରାୟଗଡା ଜି.ସି.ଡି ଖେଳ ପଡିଆ ଠାରେ ଚଳିତ ମାସ ୨୭ ତାରିଖ ଠାରୁ ଆରମ୍ଭ ହୋଇ ଜୁଲାଇ...

ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ହାଇ-ଟେକ୍ ନଜର ଏବଂ ଡିଜିଟାଲ୍ ସର୍ଭେଲାନ୍ସ ରହିବ ଶ୍ରୀକ୍ଷେତ୍ର

ପୁରୀ, (୨୭/୦୬) : ଆପ୍ର : ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି । ଜୁନ୍ ୨୯ରେ ଅନୁଷ୍ଠିତ ହେବାକୁ...

ଆଜିଠାରୁ ୫ ଦିନ ଅସ୍ଥିର ରହିବ ପାଗ; ବଜ୍ରପାତ ଓ ପ୍ରବଳ ବର୍ଷା ନେଇ IMDର ପୂର୍ବାନୁମାନ

ଭୁବନେଶ୍ୱର, (୨୭/୦୬) : ଆପ୍ର : ଆସନ୍ତା ୫ ଦିନ ରାଜ୍ୟରେ ପାଗ ବଦଳିବ। ବର୍ଷା ସହ ବଜ୍ରପାତ ଓ ଘଣ୍ଟାପ୍ରତି ୪୦ରୁ ୫୦...

ପାଠ୍ୟପୁସ୍ତକରେ ତ୍ରୁଟି, ତଦନ୍ତ ରିପୋର୍ଟ ପରେ ଆକ୍ସନ୍ ମୋଡରେ ସରକାର; ନିଲମ୍ବିତ ହେଲେ ୪ ଅଧିକାରୀ

ଭୁବନେଶ୍ୱର, (୨୭/୦୬) : ଆପ୍ର : ରାଜ୍ୟର ସ୍କୁଲ ପାଠ୍ୟପୁସ୍ତକରେ ମିଳିଥିବା ତ୍ରୁଟିକୁ ନେଇ ସରକାର ନେଇଛନ୍ତି କଡ଼ା ପଦକ୍ଷେପ । ମୁଖ୍ୟମନ୍ତ୍ରୀ ମୋହନ...