ଭୁବନେଶ୍ୱର, (୩୦/୦୮) : ଆପ୍ର : ଅଧା ଓଡ଼ିଶାକୁ ବଡ଼ ୱାର୍ଣ୍ଣିଂ । ବର୍ଷା ପାଇଁ ପୂରା ଓଡ଼ିଶାକୁ ୱାର୍ଣ୍ଣିଂ । ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଭିଡ଼ୁଛି ସାରା ଓଡ଼ିଶା ।
ଉତ୍ତର, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଲଘୁଚାପ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ରହିଛି । ଏହା ଆହୁରି ସ୍ପଷ୍ଟ ହୋଇ ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶା ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ସେପ୍ଟେମ୍ବର ୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଜି ଭିଷଣ ବର୍ଷା ପାଇଁ ୩ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, ବାଲେଶ୍ବର ଓ କେନ୍ଦୁଝର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ । ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ଅରେଜ ୱାର୍ଣ୍ଣିଂ ଜାରି ହୋଇଛି ।

