ମୁରିବାହାଲ, (୦୧/୦୮) : ଆପ୍ର : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ତେନ୍ତୁଳୀଖୁଣ୍ଟି ପଞ୍ଚାୟତ ଅନ୍ତର୍ଗତ ଗୁଞ୍ଚିତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ଦ୍ୱିତୀୟ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି ।
ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁଧୀର କୁମାର ନାଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଶୈକ୍ଷିକ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା । ବୈଠକରେ ପୂର୍ବ ବୈଠକର ଆଲୋଚନା, ଗେଲେରୀ ୱାକ, ମୌଳିକ ସାକ୍ଷରତା, ମୌଳିକ ସଂଖ୍ୟାଜ୍ଞାନ, ଦଳଗତ ଉପସ୍ଥାପନା, ନ୍ୟସ୍ତ କାର୍ଯ୍ୟର ଆଲୋଚନା, ବିଦ୍ୟାଳୟ ପରିଦର୍ଶନ ଓ ଆଲୋଚନା, ଶିକ୍ଷକ ସୋପାନ ରେଜିଷ୍ଟର ଏବଂ ଜିଲ୍ଲା/କ୍ଲଷ୍ଟର ସ୍ତରୀୟ ଶୈକ୍ଷିକ ଆଲୋଚନା କରାଯାଇଥିଲା ।
ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରଦ୍ଧାଞ୍ଜଳି ମହାନ୍ତି, ବରିଷ୍ଠ ଶିକ୍ଷକ କେଶରୀ ଚନ୍ଦ୍ର ସାହୁଙ୍କ ସହଭାଗିତାରେ ଶିରୋଲ କ୍ଲଷ୍ଟର ୧୪ ଗୋଟି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ଏଫ୍.ଏଲ୍.ଏନ୍ ଗ୍ରେଡ଼ ଶିକ୍ଷକ ଯୋଗଦେଇଥିଲେ । ଗୁଞ୍ଚିତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ/ଶିକ୍ଷୟିତ୍ରୀ ସଫଳା ମିଶ୍ର, ଜୟମାଳିନୀ ପଟ୍ଟନାୟକ, ପ୍ରିୟଦର୍ଶିନୀ ସ୍ୱାଇଁ, ନୀଳମଣି ଦୀପ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

