Homelocal୨୫ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ, ଆଜି ବସୁଛି ଗୁରୁତ୍ୱପୂର୍ଣ୍ଣ ବୈଠକ

୨୫ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ, ଆଜି ବସୁଛି ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର, (୧୭/୧୦) : ଆପ୍ର : ଆସୁଛନ୍ତି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ । ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଓଡ଼ିଶା ଗସ୍ତରେ ଆସିବେ ।

ଏଥିପାଇଁ ଆଜି ବସୁଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ପାଇଁ ଆଜି ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ କରାଯିବ । ଲୋକସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ବସଛି । ୨୫ରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ୨୮ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା, ଯାତାୟାତ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥାର ପ୍ରସ୍ତୁତି ସମୀକ୍ଷା କରାଯିବ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments