ସାପ କାମୁଡ଼ାରେ ମୁରିବାହାଲର ଯୁବ ଚାଷୀଙ୍କ ମୃତ୍ୟୁ, ଅଞ୍ଚଳରେ ଶୋକ

Date:

Share post:

ମୁରିବାହାଲ, (୨୨/୦୬) : ଆପ୍ର : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗଁରେଇ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଜଣେ ଉଦୟମାନ ଯୁବ ଚାଷୀଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ଜନ୍ମଜୟ ବାଗ ଓରଫ ବୟସ ୨୫ ।

ତାଙ୍କ ଅକାଳ ବିୟୋଗରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସୂଚନା ଅନୁଯାୟୀ, ଶନିବାର ରାତିରେ ଜନ୍ମଜୟ ନିଜ ଚାଷ ଜମିରେ ଶୋଇଥିବା ବେଳେ ଏକ ବିଷାକ୍ତ କେଉଟିଆ ସାପ ତାଙ୍କୁ କାମୁଡ଼ି ଦେଇଥିଲା । କିଛି ସମୟ ପରେ ମୁଣ୍ଡ ବୁଲାଇବା ସହ ଶରୀର ଅଧିକ ଅସୁସ୍ଥ ହେବାରୁ ସେ ପରିବାର ଲୋକଙ୍କୁ ଜଣାଇଥିଲେ । ପରିବାର ସଦସ୍ୟମାନେ ତୁରନ୍ତ ତାଙ୍କୁ ଟିଟିଲାଗଡ଼ ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ । ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ମାତ୍ର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା । ଖବର ପାଇ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ରବିବାର ମୃତଦେହ ଗ୍ରାମରେ ପହଞ୍ଚିବା ପରେ ଗଁରେଇ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା ।

ଜନ୍ମଜୟ ଅଞ୍ଚଳର ଜଣେ ଉଦୟମାନ ଚାଷୀ ଭାବେ ପରିଚିତ ଥିଲେ। ସେ ଚାଷବାସ ସମ୍ପର୍କିତ ବିଭିନ୍ନ ସୂଚନା ଓ ଆଧୁନିକ କୃଷି ପଦ୍ଧତିକୁ ନେଇ ନିଜ ଇନଷ୍ଟାଗ୍ରାମ ମାଧ୍ୟମରେ ଭିଡିଓ ପ୍ରସାରଣ କରୁଥିବାରୁ ଯୁବ ଚାଷୀମାନଙ୍କ ମଧ୍ୟରେ ବେଶ୍ ଲୋକପ୍ରିୟ ଥିଲେ । ତାଙ୍କ ମୃତ୍ୟୁରେ ପରିବାର ଲୋକେ ଭାଙ୍ଗି ପଡ଼ିଥିବା ବେଳେ ମୃତକଙ୍କ ପରିବାରକୁ ସରକାରଙ୍କ ପକ୍ଷରୁ ଆର୍ଥିକ ସହାୟତା ଓ ଅନ୍ୟାନ୍ୟ ସରକାରୀ ସୁବିଧା ପ୍ରଦାନ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ।

LEAVE A REPLY

Please enter your comment!
Please enter your name here

spot_img

Related articles

ପୁଣି ଘୁଞ୍ଚିଲା ଓଟିଇଟି ପରୀକ୍ଷା, ଜୁଲାଇ ୫ ପରୀକ୍ଷା ନେଇ ସୂଚନା ଜାରି

କଟକ, (୨୩/୦୬) : ଆପ୍ର : ପୁଣି ଘୁଞ୍ଚିଲା ଓଟିଇଟି ପରୀକ୍ଷା । ଜୁନ ୨୮ ରେ ହେବାକୁ ଥିବା ଏହି ଓଟିଇଟି ପରୀକ୍ଷା...

ମନମୁଣ୍ଡା ମଣ୍ଡିରୁ ଉଠୁନି ଧାନ : ଆନ୍ଦୋଳନ ପାଇଁ ଚାଷୀ ସଜବାଜ

ବୌଦ୍ଧ, (୨୩/୦୬) : ଆପ୍ର : ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ମନମୁଣ୍ଡା ମଣ୍ଡିରୁ ଉଠୁନି ଧାନ । ଅବ୍ୟବସ୍ଥା ଘେରରେ ସରକାରୀ ଓ...

ନାବାଳିକା ଝିଅ ସହ ଦୁଷ୍କର୍ମ ଅଭିଯୋଗ: ଅଭିଯୁକ୍ତ ବାପା ଗିରଫ

ବରଗଡ଼, (୨୩/୦୬) : ଆପ୍ର : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଥାନା ଅଞ୍ଚଳରେ ଲଜ୍ଜାଜନକ ଘଟଣା ଘଟିଛି । ନାବାଳିକା ଝିଅକୁ...

ସ୍କୁଲରେ ଡିଇଓଙ୍କ ଆକସ୍ମିକ ପରିଦର୍ଶନ, ଶିକ୍ଷା କ୍ଷେତ୍ରେ ନୂଆ ଉତ୍ସାହ

ଛାତ୍ରଛାତ୍ରୀଙ୍କ ସହ ସିଧାସଳଖ ଆଲୋଚନା, ଶିକ୍ଷାଦାନର ମାନ ଯାଞ୍ଚ ମୁରିବାହାଲ, (୨୩/୦୬) : ଆପ୍ର : ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀ ସୁଧାଂଶୁ ଶେଖର...