Homelocalକାଲି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୧୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

କାଲି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୧୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର, (12/06) : ଆପ୍ର : ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗମନ ପାଇଁ ପାଗ ଅନୁକୂଳ ରହିଛି । ଆଗାମୀ ୨ ରୁ ୩ ଦିନ ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶାର କିଛି ଅଞ୍ଚଳକୁ ଅଗ୍ରସର ହେବାର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର

ଆସନ୍ତା ୨୪ ଘଣ୍ଟା ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲା ଗୁଡିକରେ ବର୍ଷା ବିଜୁଳି ସହ ୫୦ ରୁ ୬୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବହିବାର ସମ୍ଭାବନା ରହିଛି । ସେହିଭଳି ଆସନ୍ତା କାଲି ପାଇଁ ବଜ୍ରପାତ, ପ୍ରବଳ ପବନ ଓ ପ୍ରବଳ ବର୍ଷା ପାଇଁ କେନ୍ଦ୍ରାପଡ଼ା, କଟକ, ମୟୂରଭଞ୍ଜ, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବଜ୍ରପାତ, ଝଟକା ପବନ ଅନୁଭୂତ ହେବ। ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଘଣ୍ଟାପ୍ରତି ବେଗ ୫୦-୬୦ କିମି ପର୍ଯ୍ୟନ୍ତ ପବନ ବୋହିବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments