ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ଲାଗି ରହିବ କାଳବୈଶାଖୀର ପ୍ରଭାବ

Date:

Share post:

ଭୁବନେଶ୍ବର, (୦୭/୦୬) : ଆପ୍ର : ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ସାମାନ୍ୟ କମିଲା ତାତି । ରାଜଧାନୀ ସମେତ ରାଜ୍ୟର ଏକାଧିକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି ।

ମଧ୍ୟାହ୍ନରେ ଭୟଙ୍କର ତାତି ଓ ଗୁଳୁଗୁଳି ପରେ ଅପରାହ୍ଣରେ ଭୀଷଣ ବର୍ଷା । ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ପ୍ରଭାବ ଲାଗି ରହିବ । ବିଭିନ୍ନ ଜିଲ୍ଲାକୁ ବର୍ଷା ପବନ ପାଇଁ ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅନ୍ୟପଟେ କାଳବୈଶାଖୀ ସତ୍ତ୍ବେ ରାଜ୍ୟରେ ଆସନ୍ତା ୪ ଦିନ ଯାଏଁ ଗ୍ରୀଷ୍ମ ପ୍ରବାହ ଜାରି ରହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆସନ୍ତା ୩ ଦିନରେ ରାଜ୍ୟରେ ଆହୁରି ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା । ସେପଟେ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ । ପାଣିପାଗ ସ୍ଥିତି ଅନୁକୂଳ ହେବାର ସମ୍ଭାବନା ରହିଛି । ଓଡ଼ିଶାର କିଛି ଅଞ୍ଚଳକୁ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇପାରେ। ଅର୍ଥାତ ଜୁନ ୧୦ରୁ ୧୨ ଚାରିଖ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ ।

LEAVE A REPLY

Please enter your comment!
Please enter your name here

spot_img

Related articles

ବଲାଙ୍ଗିରରେ ‘ଉଦ୍ୟମୀ ଓଡ଼ିଶା ଏମ୍‌ଏସ୍‌ଏମ୍‌ଇ କାର୍ଯ୍ୟକ୍ରମ-୨୦୨୬’ ଉଦ୍‌ଘାଟିତ

ବଲାଙ୍ଗିର, (୨୮/୦୬) : ଆପ୍ର : ବଲାଙ୍ଗିର ଜିଲ୍ଲାକୁ ଶିଳ୍ପ ସମୃଦ୍ଧ ଓ ସ୍ଥାନୀୟ ଯୁବପିଢ଼ିଙ୍କୁ ସ୍ୱାବଲମ୍ବୀ କରିବା ଦିଗରେ ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ...

ଭାତହାଣ୍ଡି ବରଗଡ଼ରେ ଚାଷୀଙ୍କ ସମସ୍ୟା ଥମିବାର ନାଁ ନେଉନି

ବରଗଡ, (୨୮/୦୬) : ଆପ୍ର : ଓଡ଼ିଶାର ଭାତହାଣ୍ଡି ବରଗଡ଼ରେ ଚାଷୀଙ୍କ ସମସ୍ୟା ଥମିବାର ନାଁ ନେଉନି । ଧାନ କ୍ରୟରେ ବିଳମ୍ବ, ଟୋକନ...

କଫ ସିରପ୍‌ ବିକୁଥିବା ବେଳେ ବଲାଙ୍ଗିର ଟାଉନ ପୋଲିସ ହାତରେ ଧରାପଡ଼ିଲା ଯୁବକ

ବଲାଙ୍ଗିର, (୨୮/୦୬) : ଆପ୍ର : ଅଭିଯୁକ୍ତ କଫ ସିରପ୍‌ ବିକୁଥିଲା । ବଲାଙ୍ଗିର ଟାଉନ ଥାନା ପୋଲିସ ହାତରେ ଧରା ପଡ଼ିଲା ଅଭିଯୁକ୍ତ...

ଚାଲି ଚାଲି ଯାଉଥିଲେ ପିଟି ଦେଲା ବାଇକ୍, ଚାଲିଗଲା ଜୀବନ

ଗଜପତି, (୨୮/୦୬) : ଆପ୍ର : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଷ୍ଟାଡିୟମ ନିକଟସ୍ତ ଇଣ୍ଡିଆନ ପେଟ୍ରୋଲ ବଙ୍କ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ...