କୂଅ ସଫା କରୁଥିବା ବେଳେ ଅଘଟଣ, ଶ୍ବାସରୁଦ୍ଧ ହୋଇ ଜଣେ ମୃତ, ବାପପୁଅ ଗୁରୁତର

Date:

Share post:

ଆଳି, (୦୯/୦୬) : ଆପ୍ର : କୂଅ ସଫା କରୁଥିବା ବେଳେ ଅଘଟଣ । ଶ୍ବାସରୁଦ୍ଧ ହୋଇ ଜଣେ ମୃତ, ବାପପୁଅ ଗୁରୁତର

କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ମାନପୁରପଟଣା ଗାଁରେ ଘଟିଛି ଏ ଅଘଟଣ । ମୃତାହତମାନେ ସମସ୍ତେ ଶ୍ରମିକ ବୋଲି ଜଣାପଡ଼ିଛି । ଗାଁ’ର ସୁକାନ୍ତ ପରିଡ଼ାଙ୍କ କୂଅ ସଫାକରିବାକୁ ଆଜି ସକାଳେ ୩ ଶ୍ରମିକ ଆସିଥିଲେ । ପ୍ରଥମେ ଜଣେ ଶ୍ରମିକ କୂଅ ସଫା କରିବାକୁ ଭିତରକୁ ପଶିଥିବା ବେଳେ କିଛି ସମୟ ପରେ ସେ ସଂଜ୍ଞାହୀନ ହୋଇ ପଡ଼ିଥିଲେ । ଏହା ଦେଖି ଅନ୍ୟ ଦୁଇ ଶ୍ରମିକ ତାଙ୍କୁ ଉଦ୍ଧାର ପାଇଁ କୂଅ ଭିତରେ ପଶିଥିଲେ । କିନ୍ତୁ ସେହି ଶ୍ରମିକ ଦୁହେଁ ମଧ୍ୟ ଅଚେତ ହୋଇ ପଡ଼ିଥିଲେ ।

ଏହା ଦେଖି ସ୍ଥାନୀୟ ବାସିନ୍ଦା ଓ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ସଙ୍ଗେ ସଙ୍ଗେ ସମ୍ପୃକ୍ତ ତିନିଜଣଙ୍କୁ ଉଦ୍ଧାର କରିଥିଲେ । ସମସ୍ତଙ୍କୁ ଆଳି ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଜଣେ ଶ୍ରମିକଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ଅନ୍ୟ ଦୁଇ ଗୁରୁତର ଶ୍ରମିକଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଗୁରୁତର ଶ୍ରମିକ ଦୁହେଁ ସମ୍ପର୍କରେ ବାପ-ପୁଅ ବୋଲି ଜଣାପଡ଼ିଛି ।

LEAVE A REPLY

Please enter your comment!
Please enter your name here

spot_img

Related articles

ହାତୀ ଆକ୍ରମଣରେ ମହିଳା ଗୁରୁତର

ଅନୁଗୁଳ, (୦୯/୦୬) : ଆପ୍ର : ଅନୁଗୁଳ ବନାଞ୍ଚଳ କରତପଟା ସେକ୍ସସନର ଜଗନ୍ନାଥପୁର ଗ୍ରାମରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା...

ଟ୍ରକ୍ ଧକ୍କାରେ ମା’-ଝିଅ ମୃତ

ବଲାଙ୍ଗିର, (୦୯/୦୬) : ଆପ୍ର : ବଲାଙ୍ଗିର ସହର ଗାନ୍ଧୀନଗରପଡ଼ା ଫିସରି ଅଫିସ ନିକଟରେ ଟ୍ରକ୍ ଧକ୍କାରେ ୨ଜଣ ମା’-ଝିଅଙ୍କ ମୃତ୍ୟୁ ହୋଇଛି । ମୃତ...

ପାନୀୟ ଜଳ ସମସ୍ୟା ନେଇ ୨୦୦୦/- କୋଟି ଟଙ୍କା ହଡ଼ପ ଚକ୍ରାନ୍ତ ନେଇ ଭିଜିଲାନ୍ସ ତଦନ୍ତ ସହ ତୁରନ୍ତ ବିଭାଗୀୟ ଅଧିକାରୀଙ୍କ ବିରୋଧ ରେ କାର୍ଯାନୁଷ୍ଠାନ ଦାବୀ

ବଲାଙ୍ଗୀର/ଟିଟିଲାଗଡ, (୦୯/୦୬) : ଆପ୍ର : ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଥିବାରୁ ସରକାର ବଲାଙ୍ଗୀର ଜିଲ୍ଲା ର ତତତଲାଗଡ ରୂପେ...

ରାଜ୍ୟ କ୍ୟାବିନେଟ ବୈଠକରେ ବଡ ନିଷ୍ପତ୍ତି,୫ଟି ବିଭାଗର ୧୦ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ଵର, (୦୯/୦୬) : ଆପ୍ର : ରାଜ୍ୟ କ୍ୟାବିନେଟ ବୈଠକରେ ବଡ ନିଷ୍ପତ୍ତି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ...