ଖଣ୍ଡଗିରି ଓଭରବ୍ରିଜ୍ ଉପରେ ବଡ଼ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଆଇନଜୀବୀ

Date:

Share post:

ଭୁବନେଶ୍ୱର, (୨୪/୦୬) : ଆପ୍ର : ଅଳ୍ପକେ ବର୍ତ୍ତିଲା ଆଇନଜୀବୀଙ୍କ ଜୀବନ । ଭୁବନେଶ୍ୱର ଖଣ୍ଡଗିରି ଓଭରବ୍ରିଜ୍ ଉପରେ ବଡ଼ ଦୁର୍ଘଟଣା ଘଟିଛି ।

ସୌଭାଗ୍ୟବଶତଃ ମୃତ୍ୟୁ ମୁଖରୁ ଫେରିଲେ ଜଣେ ଆଇନଜୀବୀ । ଦ୍ରୁତଗତିରେ ଏକ ଟ୍ରକ ଚଳନ୍ତା କାରକୁ ପ୍ରାୟ ୧୦୦ ମିଟର ପର୍ଯ୍ୟନ୍ତ ଧକ୍କା ଦେଇ ଟାଣି ନେଇଥିବା ଅଭିଯୋଗ ହୋଇଛି । କାରଟି ସମ୍ପୂର୍ଣ୍ଣ ଭାଙ୍ଗିଯାଇଥିବା ବେଳେ ଚାଳକ ଆଇନଜୀବୀ ଅଳ୍ପକେ ବର୍ତ୍ତିଯାଇଥିବା ସୂଚନା ମିଳିଛି । ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ କିଛି ସମୟ ପାଇଁ ଉତ୍ତେଜନା ପ୍ରକାଶ ପାଇଥିବା ଦେଖିବାକୁ ମିଳିଥିଲା ।

ସ୍ଥାନୀୟ ଲୋକମାନେ ତୁରନ୍ତ ସହଯୋଗ କରି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲେ । ଖବର ପାଇବା ପରେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଟ୍ରକ ଚାଳକଙ୍କ ଅବହେଳା ଓ ବେପରୁଆ ଡ୍ରାଇଭିଂ ଏହି ଦୁର୍ଘଟଣାର ପ୍ରମୁଖ କାରଣ ବୋଲି ପ୍ରାଥମିକ ତଦନ୍ତରୁ ସନ୍ଦେହ କରାଯାଉଛି । ରାଜଧାନୀରେ ନିରନ୍ତର ବଢ଼ୁଥିବା ସଡ଼କ ଦୁର୍ଘଟଣା ନେଇ ସାଧାରଣ ଲୋକମାନଙ୍କ ମଧ୍ୟରେ ଚିନ୍ତା ବଢ଼ିଛି । ପୋଲିସ୍ ଦୁର୍ଘଟଣାର କାରଣ ଜାଣିବାକୁ ତଦନ୍ତ ଆରମ୍ଭ କରିଛି ଏବଂ ଦାୟୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମଧ୍ୟ କହିଛି ।

LEAVE A REPLY

Please enter your comment!
Please enter your name here

spot_img

Related articles

ଜିଲ୍ଲାସ୍ତରୀୟ ଜୈବ କୃଷି ଓ ପ୍ରାକୃତିକ କୃଷି କର୍ମଶାଳା

ବଲାଙ୍ଗିର, (୨୫/୦୬) : ଆପ୍ର : ମାଟିର ଉର୍ବରତା ରକ୍ଷା କରିବା ସହ ମାନବ ସମାଜକୁ ବିଷମୁକ୍ତ ଖାଦ୍ୟ ଯୋଗାଇବା ଲକ୍ଷ୍ୟରେ ସ୍ଥାନୀୟ କୋଶଳ...

ନୂଆପଡା ଜିଲ୍ଲାରେ ବିଷ ପିଇ ଚାଷୀ ଆତ୍ମହତ୍ୟା ଅଭିଯୋଗ

ନୂଆପଡ଼ା, (୨୫/୦୬) : ଆପ୍ର : ନୂଆପଡା ଜିଲ୍ଲା କୋମନା ଥାନା ଅନ୍ତର୍ଗତ ଜଡ଼ାମୁଣ୍ଡା ଗାଁରେ ଜଣେ ଚାଷୀ ବିଷ ପିଇ ଆତ୍ମହତ୍ୟା କରିଥିବା...

ପୁରୀରେ ପହଁଚିଲା ରଥ ଦଉଡ଼ି

ପୁରୀ, (୨୫/୦୬) : ଆପ୍ର : ବିଶ୍ୱନିଅନ୍ତାଙ୍କ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା ପାଇଁ ପୁରୀରେ ତିନି ରଥ ଦଉଡ଼ି ପହଁଚିଛି । ଦୁଇଟି...

କନ୍ଧମାଳରେ ଚାଞ୍ଚଲ୍ୟ; ନାବାଳିକାଙ୍କ ଗଣଦୁଷ୍କର୍ମ ଅଭିଯୋଗ ପରେ ଜି.ଉଦୟଗିରି ପୋଲିସର ତଦନ୍ତ ଆରମ୍ଭ

କନ୍ଧମାଳ, (୨୫/୦୬) : ଆପ୍ର : କନ୍ଧମାଳ ଜିଲ୍ଲାରେ ଜଣେ ନାବାଳିକାଙ୍କ ଗଣଦୁଷ୍କର୍ମ ଅଭିଯୋଗକୁ ନେଇ ଚର୍ଚ୍ଚା ବଢ଼ିଛି । ଏହି ଘଟଣାରେ ପୋଲିସ...