ନୟାଗଡ଼, (୨୭/୧୦) : ଆପ୍ର : ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଖଣ୍ଡପଡା ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି ।
ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ, ଉପ ଜିଲ୍ଲାପାଳ କିଶୋର ଚନ୍ଦ୍ର ପଣ୍ତା, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାଶ, ନୟାଗଡ ଅତିରିକ୍ତ ଏସପି ସୁବାସ ଚନ୍ଦ୍ର ପଣ୍ତା, ଜିଲ୍ଲା ପଞ୍ଚାୟତ ଅଧିକାରୀ ମନୋରଞ୍ଜନ ମହାନ୍ତି, ଖଣ୍ଡପଡ଼ା ଏସଡିପିଓ ସରୋଜ କୁମାର ସାହୁ, ବ୍ଲକ ଉନ୍ନୟନ ଅଧିକାରୀ ଅଙ୍କୁର ଅଭିଳାଷ, ତହସିଲଦାର ବିଶ୍ବ ବିଶୃତ ତ୍ରିପାଠୀ, ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଚିକିତ୍ସାଧିକାରୀ ଡ. ଅଭିଷାର ପଣ୍ତା, ଏନ୍ ଏ ସି କାର୍ଯ୍ୟନିର୍ବାହି ଅଧିକାରୀ ଅଭିଷେକ ମିଶ୍ରଙ୍କ ସମେତ ଗ୍ରାମ୍ୟ ଉନ୍ନୟନ ବିଭାଗ, ପୂର୍ତ୍ତ ବିଭାଗ, କ୍ଷୁଦ୍ର ଜଳସେଚନ ବିଭାଗ, କୃଷି ଓ ଉଦ୍ୟାନ ବିଭାଗ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଶିବିରରେ ଉପସ୍ଥିତ ଥିଲେ ।
ଶିବିରରେ ସର୍ବମୋଟ ୧୦୦ଟି ଅଭିଯୋଗପତ୍ର ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ୭୮ଟି ବ୍ୟକ୍ତିଗତ, ୬ଟି ଗ୍ରାମ୍ୟ ସମସ୍ୟା, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୧୬ଟି ଆବେଦନପତ୍ର ଗ୍ରହଣ କରାଯାଇଥିବା ବ୍ଲକ ପ୍ରଶାସନ ସୂତ୍ରରୁ ଜଣାପଡିଛି । ତେବେ ବିଭିନ୍ନ ଅଭିଯୋଗ ମଧ୍ୟରୁ ୪୪ ଟି ଅଭିଯୋଗର ତ୍ୱରିତ ଶୁଣାଣି କରାଯାଇଥିବା ବେଳେ ଅନ୍ୟ ଅଭିଯୋଗ ଗୁଡିକ ତୁରନ୍ତ ସମାଧାନ ନିମନ୍ତେ ବିଡିଓ ଓ ଅନ୍ୟ ପ୍ରଶାସନିକ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ବ୍ଲକର ସମସ୍ତ କର୍ମଚାରୀ ଶିବିର ପରିଚାଳନାରେ ସହଯୋଗ କରିଥିଲେ ।

