ଖୋର୍ଦ୍ଧା ଜିଲ୍ଲାରେ ଆସନ୍ତାକାଲିଠୁ ସକାଳୁଆ ସ୍କୁଲ ଘୋଷଣା, ପୁରୀ ଜିଲ୍ଲାରେ ସମସ୍ତ ସ୍କୁଲ ୨୨ ଯାଏ ବନ୍ଦ

Date:

Share post:

ଭୁବନେଶ୍ୱର, (୧୯/୦୬) : ଆପ୍ର : ଜୁନ ମାସରେ ବି କମିନି ତାତି । ସଭିଏଁ ଗରମରେ ହନ୍ତସନ୍ତ । ଏହାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାରେ ଆସନ୍ତାକାଲିଠୁ ସକାଳୁଆ ସ୍କୁଲ ଘୋଷଣା କରିଛନ୍ତି ସରକାର

୧୯ ତାରିଖରୁ ୨୫ ତାରିଖ ଯାଏଁ ହେବ ସକାଳୁଆ ସ୍କୁଲ । ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ପାଠପଢ଼ା ହେବ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏମିତି ନିଷ୍ପତ୍ତି ନେଇଛନ୍ତି ଜିଲ୍ଲାପାଳ । ପୂବରୁ ୬ ଟି ଜିଲ୍ଲାରେ ଗରମ ଯୋଗୁ ଖରା ଛୁଟି ବୃଦ୍ଧି ଘୋଷଣା କରାଯାଇଥିଲା । ହେଲେ ଖରାକୁ ଦୃଷ୍ଟିରେ ରଖି ପୁରୀରେ ୨୨ ତାରିଖ ଯାଏ ସ୍କୁଲ ଛୁଟି ଅବଧି ବୃଦ୍ଧି କରିଛନ୍ତି ସରକାର । ପୁରୀ ଜିଲ୍ଲାରେ ସମସ୍ତ ସ୍କୁଲ ଆସନ୍ତା ୨୨ ତାରିଖ ଯାଏ ବନ୍ଦ ରହିବ । ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି । ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଛୁଟି ଅବଧି ବୃଦ୍ଧି କରିଛନ୍ତି ଜିଲ୍ଲା ଶିକ୍ଷାଧିକାରୀ ।

 

LEAVE A REPLY

Please enter your comment!
Please enter your name here

spot_img

Related articles

NEET ପାଇଁ ବାୟୋମେଟ୍ରିକ୍ ବାଧ୍ୟତାମୂଳକ, ପୁନଃପରୀକ୍ଷାକୁ ସ୍ୱଚ୍ଛ ଓ ନକଲ-ମୁକ୍ତ କରିବା ପାଇଁ NTAର ଗାଇଡ୍ ଲାଇନ୍

ନୂଆଦିଲ୍ଲୀ, (୧୯/୦୬) : ଆପ୍ର : NEET ପାଇଁ ବାୟୋମେଟ୍ରିକ୍ ବାଧ୍ୟତାମୂଳକ ! । ପରୀକ୍ଷା ହଲ୍ କୁ ଯିବା ପୂର୍ବରୁ ହେବ ବାୟୋମେଟ୍ରିକ୍...

ଫୁଡ୍ ବିଜନେସ୍ କରୁଥିବା ଲୋକଙ୍କ ପାଇଁ FSSAI ର ନୂଆ ନିୟମ, କଳଙ୍କୀ ଛୁରି ବ୍ୟବହାର ମନା

ନୂଆଦିଲ୍ଲୀ, (୧୯/୦୬) : ଆପ୍ର : ରେଷ୍ଟୁରାଣ୍ଟ, ହୋଟେଲ, ଢାବା ଏବଂ ଫୁଡ୍ ଫ୍ୟାକ୍ଟ୍ରିରେ ଖାଇବା କ୍ବାଲିଟିକୁ ନେଇ ନିୟମ କଡ଼ା ବୋକୁ ଯାଉଛି...

ଗ୍ରୀଷ୍ମ ପ୍ରବାହ ଯୋଗୁଁ ପାଣି ସଙ୍କଟର ଉତ୍କଟ ରୂପ ଧାରଣ

ବେଲପଡ଼ା, (୧୯/୦୬) : ଆପ୍ର : ଗ୍ରୀଷ୍ମ ପ୍ରବାହ ବଢ଼ିବା ସହିତ ପାଣି ସଙ୍କଟ ମଧ୍ୟ ଉତ୍କଟ ରୂପ ଧାରଣ କରିଛି । ବଲାଙ୍ଗିର ଜିଲ୍ଲା...

ପୂର୍ବ ଶତ୍ରୁତା ନେଲା ଜୀବନ; ଘରେ ଶୋଇଥିବା ବେଳେ ଧାରୁଆ ଅସ୍ତ୍ରରେ ହତ୍ୟା, ଅଭିଯୁକ୍ତ ଅଟକ

ବରଗଡ଼, (୧୯/୦୬) : ଆପ୍ର : ପୂର୍ବ ଶତ୍ରୁତାର ଭୟଙ୍କର ପରିଣତି । ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ଥାନା ଅନ୍ତର୍ଗତ ତୁର୍ଲା...