Homelocalହୀରାକୁଦର ୭ ଗେଟ୍ ଖୋଲା, ନିଷ୍କାସିତ ହେଉଛି ବନ୍ୟାଜଳ

ହୀରାକୁଦର ୭ ଗେଟ୍ ଖୋଲା, ନିଷ୍କାସିତ ହେଉଛି ବନ୍ୟାଜଳ

ଭୁବନେଶ୍ୱର, (୧୭/୦୮) : ଆପ୍ର : ହୀରାକୁଦର ୭ ଗେଟ୍ ଖୋଲା। ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୫ଟି ଗେଟ । ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା ।

ଜଳସ୍ତର ବୃଦ୍ଧି ଯୋଗୁ ହୀରାକୁଦର ଆଉ ୫ଟି ଗେଟ ଖୋଲାଯାଇଛି । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୮.୭୭ ଫୁଟ ରହିଛି। ଉପର ମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ଅଧିକ ଗେଟ୍ ଖୋଲାଯାଇଛି । ବର୍ତ୍ତମାନ ୭ଟି ଗେଟ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ । ଯେଉଁଥିରୁ ବାମପାର୍ଶ୍ୱର ୫ଟି ଓ ଡାହାଣପାର୍ଶ୍ୱର ୨ଟି ଗେଟ୍ ଦେଇ ପାଣି ନିଷ୍କାସନ କରାଯାଉଛି । ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୨ଲକ୍ଷ ୯ହଜାର ୧୬ କ୍ୟୁସେକ୍ ପାଣି ପ୍ରବେଶ କରୁଥିବା ବେଳେ ୬୬ ହଜାର କ୍ୟୁସେକ୍ ପାଣି ନିଷ୍କାସନ କରାଯାଉଛି । ହୀରାକୁଦରୁ ଅଧିକ ପାଣି ନିଷ୍କାସନ ହେଉଥିବାରୁ ମହାନଦୀ ଅବବାହିକାରେ ମଧ୍ୟ ଏହାର ପ୍ରଭାବ ପଡ଼ିପାରେ । ତେଣୁ ନଦୀକୂଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବା ସହ ପ୍ରଶାସନର ନିର୍ଦ୍ଦେଶ ମାନିବାକୁ ପରାମର୍ଶ ଦିଆଯାଇଛି । ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଓ ଗେଟ୍ ଖୋଲା ସ୍ଥିତି ଉପରେ ନିୟମିତ ନଜର ରଖାଯାଉଛି ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments