Homelocalବର୍ଷାକୁ ନେଇ ଗଜପତିରେ ହାଇଆଲର୍ଟ, ୨୬୪ ଅସ୍ଥାୟୀ ଆଶ୍ରୟସ୍ଥଳୀ ପ୍ରସ୍ତୁତ

ବର୍ଷାକୁ ନେଇ ଗଜପତିରେ ହାଇଆଲର୍ଟ, ୨୬୪ ଅସ୍ଥାୟୀ ଆଶ୍ରୟସ୍ଥଳୀ ପ୍ରସ୍ତୁତ

ଗଜପତି, (୨୩/୦୯) : ଆପ୍ର : ଗଜପତି ଜିଲ୍ଲାରେ ବର୍ଷାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ସଜାଗ ଅଛି । ଗତକାଲି ଠାରୁ ସମସ୍ତ ବ୍ଲକ ର ବିଡ଼ିଓ ଓ ତହସିଲଦାର ମାନଙ୍କୁ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ନିର୍ଦେଶ ଦିଆଯାଇଛି ।

ଅବପାତ ପ୍ରଭାବରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ଜିଲ୍ଲାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ଏହାସହ ସ୍କୁଲ ଓ କଲେଜରେ ମଧ୍ୟ ଛୁଟି ଘୋଷଣା କରାଯାଇଛି । ଜିଲ୍ଲାର ସମସ୍ତ ୭ଟି ବ୍ଲକର ବିଡିଓ ଓ ତହସିଲଦାରଙ୍କୁ ନିଜ ନିଜ ଅଞ୍ଚଳର ସ୍ଥିତି ଉପରେ ନଜର ରଖିବା ସହ ଯେକୌଣସି ଅଘଟଣ ଘଟିଲେ ତୁରନ୍ତ ପଦକ୍ଷେପ ନେବାକୁ ଦାୟିତ୍ୱ ଦିଆଯାଇଛି । ଜିଲ୍ଲାରେ ୧୪୦ ଗୋଟି ଭୂସ୍ଖଳନ ପ୍ରବଣ ସ୍ଥାନ ଚିହ୍ନଟ କରାଯାଇ ସେ ଅଞ୍ଚଳକୁ ସ୍ୱତନ୍ତ୍ର ଦୃଷ୍ଟି ଦିଆଯାଇଛି । ୬ଟି ବାତ୍ୟା ଆଶ୍ରୟସ୍ଥଳୀ ଥିବା ବେଳେ ଆଉ ୨୬୪ଟି ଅସ୍ଥାୟୀ ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖାଯାଇଛି

ସବୁ ଭୁଷ୍କଲନ ପ୍ରବଣ ଅଞ୍ଚଳରେ ମାଇକିଂ ଲଗାତାର କରାଯାଉଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲା ରେ ପ୍ରାୟ ୨୦୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଥିବା ବେଳେ ସନ୍ଧ୍ୟା ସୁଦ୍ଧା ତଳି ଅଞ୍ଚଳରେ ବୃଦ୍ଧ ବୃଦ୍ଧା, ପ୍ରସୂତି ମହିଳା ମାନଙ୍କୁ ସୁରକ୍ଷିତ ଭାବେ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯିବ ବୋଲି କହିଛନ୍ତି ଜରୁରୀ କାଳୀନ ଅଧିକାରୀ କହିଛନ୍ତି ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments