Homelocalସୃଷ୍ଟି ହେଲା ଗଭୀର ଅବପାତ, ପୁରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ସୃଷ୍ଟି ହେଲା ଗଭୀର ଅବପାତ, ପୁରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, (୨୭/୦୭) : ଆପ୍ର : ସୃଷ୍ଟି ହେଲା ଗଭୀର ଅବପାତ । ଅବପାତ ଅଧିକ ଘନୀଭୂତ ହୋଇ ଡିପ୍ ଡିପ୍ରେସନରେ ପରିଣତ ହୋଇଛି ।

ଅପରାହ୍ନ ସୁଦ୍ଧା ଏହି ଗଭୀର ଅବପାତ ବାଲେଶ୍ୱର ଏବଂ ପଶ୍ଚିମବଙ୍ଗ ମଧ୍ୟରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୩ କିଲୋମିଟର ବେଗରେ ଧୀରେ ଧୀରେ ଉତ୍ତର ଆଡ଼କୁ ଗତି କରି ଅଧିକ ଘନୀଭୂତ ହୋଇଛି । ସାଗର ଦ୍ୱୀପଠାରୁ ପ୍ରାୟ ୪୦ କିଲୋମିଟର ଦକ୍ଷିଣରେ କେନ୍ଦ୍ରୀଭୂତ ଥିଲା । ଉପକୂଳ ଆଡ଼କୁ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଗଭୀର ଅବପାତ ଆଜି ପୂର୍ବାହ୍ନରୁ ମଧ୍ୟାହ୍ନ ମଧ୍ୟରେ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିପାରେ ।

ଏହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ବର୍ଷା ହେବା ସହ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ ବିକ୍ଷିପ୍ତ ଭାବେ କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ସେହିପରି ଆଜି ଛତିଶଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ । ୨୯ ତାରିଖ ଯାଏ ବିସ୍ତୃତ ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଗାଙ୍ଗେୟ ପଶ୍ଚିମବଙ୍ଗର କିଛି ସ୍ଥାନରେ ମଧ୍ୟ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments