ଗୁଣ୍ଡିଚା ମନ୍ଦିର ଉନ୍ନତିକରଣ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

Date:

Share post:

ପୁରୀ, (୨୭/୦୫) : ଆପ୍ର : ଆସନ୍ତା ରଥଯାତ୍ରା ପୂର୍ବରୁ ଶେଷ ହେବ ଗୁଣ୍ଡିଚା ମନ୍ଦିର ଉନ୍ନତିକରଣ କାର୍ଯ୍ୟ । ଗୁଣ୍ଡିଚା ମନ୍ଦିରର ସମସ୍ତ ଉନ୍ନତିକରଣ କାର୍ଯ୍ୟର ଅନୁଧ୍ୟାନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ।

ମୁଖ୍ୟ ପ୍ରଶାସକଙ୍କ ସହିତ ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀ ମାନେ ଗୁଣ୍ଡିଚା ମନ୍ଦିର ଚତୁଃପାର୍ଶ୍ଵରେ ଚାଲିଥିବା ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି । ଏହାପରେ ଗୁଣ୍ଡିଚା ମନ୍ଦିର ଭିତରକୁ ଯାଇ ସମସ୍ତ କାର୍ଯ୍ୟର ମଧ୍ୟ ଅନୁଧ୍ୟାନ କରିଛନ୍ତି ମୁଖ୍ୟ ପ୍ରଶାସକ । ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସ୍ଥିତି ଅନୁଧ୍ୟାନ ପରେ କହିଛନ୍ତି ଯେ ଗୁଣ୍ଡିଚା ମନ୍ଦିର ଚତୁଃପାର୍ଶ୍ଵରେ ଓ ଭିତରେ ଚାଲିଥିବା ଉନ୍ନତିକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ଭକ୍ତମାନେ ଏକ ନୂଆ ଅନୁଭୂତି ପାଇବେ । ଗୁଣ୍ଡିଚା ମନ୍ଦିର ଭିତରେ ଟୁଣିଆ ମହଲ, ରୋଷ ଶାଳା, ବଲ୍ଲଭ ଘରକୁ ନୂଆ ରୂପ ମଧ୍ୟ ଦିଆଯାଇଛି । ସେହିପରି ଗୁଣ୍ଡିଚା ମନ୍ଦିର ଉତ୍ତର ଗୁମୁଟର ନବୀକରଣ କାର୍ଯ୍ୟ ଶେଷ ହୋଇଛି। ଆସନ୍ତା ରଥଯାତ୍ରା ପୂର୍ବରୁ ସମସ୍ତ କାର୍ଯ୍ୟ ଶେଷ କରିବା ପାଇଁ ଜୋରଦାର ପ୍ରୟାସ ଚଳାଇଛି ଶ୍ରୀମନ୍ଦିର ପ୍ରଶାସନ ।

ସେହିପରି ଗୁଣ୍ଡିଚା ମନ୍ଦିର ନିକଟ ଶରଧାବାଲିର ମଧ୍ୟ ଉନ୍ନତିକରଣ କାର୍ଯ୍ୟ କରାଯାଉଛି। ତେବେ ଗୁଣ୍ଡିଚା ମନ୍ଦିର ଭିତରେ ଓ ବାହାରେ କଳିଙ୍ଗ ସ୍ଥାପତ୍ୟ ଅନୁସାରେ ସମସ୍ତ କାର୍ଯ୍ୟ କରାଯାଉଛି। ପୂର୍ବରୁ ଥିବା ସ୍ଥାପତ୍ୟ ଉପରେ କୌଣସି ପ୍ରଭାବ ପଡ଼ିନାହିଁ। ଆସନ୍ତା ରଥଯାତ୍ରା ପରେ ଗୁଣ୍ଡିଚା ମନ୍ଦିର ସାଧାରଣ ଭକ୍ତଙ୍କ ପାଇଁ ଖୋଲିବ। ଏଥିପାଇଁ ଏକ ଏସଓପି ପ୍ରସ୍ତୁତ କରାଯାଇଛି ।

LEAVE A REPLY

Please enter your comment!
Please enter your name here

spot_img

Related articles

ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ : ୪ ଅଭିଯୁକ୍ତ ଗିରଫ, କୋର୍ଟ ଚାଲାଣ

ପାଟଣାଗଡ଼, (୧୬/୦୬) : ଆପ୍ର : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ଘଟଣାରେ ପାଟଣାଗଡ଼ ପୋଲିସ...

ସୁନ୍ଦରଗଡ଼ରେ ଭୟଙ୍କର ଟ୍ରେଲର ଧକ୍କା, ଦୁଇ ଡ୍ରାଇଭର ଜୀବନ୍ତ ଦଗ୍ଧ

ସୁନ୍ଦରଗଡ଼, (୧୬/୦୬) : ଆପ୍ର : ଜୀଅନ୍ତା ଜଳିଗଲେ ଦୁଇ ଟ୍ରକ ଡ୍ରାଇଭର । ସୁନ୍ଦରଗଡ଼ ଜିଲ୍ଲା ଭସ୍ମା ଥାନା କଇଁତରା ବିଜୁ ଏକ୍ସପ୍ରେସ...

ଦିଘାରୁ ହଟିଲା ‘ଧାମ’ ଶବ୍ଦ: ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

ଭୁବନେଶ୍ୱର, (୧୬/୦୬) : ଆପ୍ର : ଜଗନ୍ନାଥ ସଂସ୍କୃତିର ସୁରକ୍ଷା ଏବଂ ଓଡ଼ିଆ ଅସ୍ମିତାକୁ ବିଶ୍ୱ ଦରବାରରେ ପ୍ରତିଷ୍ଠିତ କରିବା ପାଇଁ ଦୃଢ଼ ପଦକ୍ଷେପ...

ଯୁବକ ଙ୍କୁ ଗୋଡାଇ ଗୋଡାଇ ହାଣିଲେ ଛଅ ଦୁର୍ବୁତ୍ତ

ଅନୁଗୁଳ, (୧୬/୦୬) : ଆପ୍ର : ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ନନ୍ଦପୁର ଛକ ଠାରେ ଯୁବକ ଙ୍କୁ ଗୋଡାଇ ଗୋଡାଇ ହାଣିଲେ...