ଉଲୁଣ୍ଡା ବ୍ଲକ କ୍ଷେମାଲୋଏ ଗ୍ରାମ ପଞ୍ଚାୟତରେ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

Date:

Share post:

ସୁବର୍ଣ୍ଣପୁର, (୨୨/୦୬) : ଆପ୍ର : ସୁବର୍ଣ୍ଣପୁର ଜିଲ୍ଲାର ଉଲୁଣ୍ଡା ବ୍ଲକର କ୍ଷେମାଲୋଏ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି ।

ଏହି ଶିବିରରେ ଜିଲ୍ଲାପାଳ ଡ. ନୃପରାଜ ସାହୁ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ପ୍ରତାପ କୁମାର ରଣା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ । ସର୍ବମୋଟ ୭୧ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା, ସେଥିମଧ୍ୟରୁ ୫୬ଟି ବ୍ୟକ୍ତିଗତ ଏବଂ ୧୫ଟି ସାମୂହିକ ଦରଖାସ୍ତ ଥିଲା । ସମସ୍ତ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି ।

ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ଅଭିଯୋଗ ପାଇଁ ଆସୁଥିବା ଲୋକଙ୍କର ମାଗଣାରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଛୁଆଠୁ ନେଇ ବୃଦ୍ଧମାନଙ୍କ ସମସ୍ତଙ୍କର ସ୍ୱାସ୍ଥ୍ୟ ପରୀକ୍ଷା ହୋଇଛି । ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର, ବୀରମହାରାଜପୁର ଉପ ଜିଲ୍ଲାପାଳ ସୁରେନ୍ଦ୍ର ମେହେର, ଉଲୁଣ୍ଡା ଅତିରିକ୍ତ ତହସିଲଦାର ନିରଞ୍ଜନ ଧଳ ଓ କ୍ଷେମାଲୋଏ ଗ୍ରାମ ପଞ୍ଚାୟତ ସରପଞ୍ଚ ଯଶୋବନ୍ତ ପଣ୍ଡା ପ୍ରମୁଖ ମଞ୍ଚାସୀନ ଥିଲେ । ଉଲୁଣ୍ଡା ବିଡିଓ ଦିଲ୍ଲୀପ ବାଡାଙ୍କ ଦ୍ୱାରା ଆୟୋଜିତ ଏହି ଶିବିରରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଉଷାରାଣୀ ଦାସ, ସହକାରୀ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

spot_img

Related articles

ବରଗଡ଼ରେ ସରକାରୀ ବ୍ୟବସ୍ଥାର ବିକଳ ଚିତ୍ର: ମିଳିଲାନି ଶବବାହୀ ଗାଡ଼ି, ବାଧ୍ୟ ହୋଇ ସାଇକେଲରେ ଶବ ବୋହିଲେ ପରିବାର ଲୋକ

ବରଗଡ, (୨୬/୦୬) : ଆପ୍ର : ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗାଁ'ରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି ।...

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା, ୮ ରାଉଣ୍ଡ ଗୁଳି ମାଡ଼

ବାଲେଶ୍ଵର, (୨୬/୦୬) : ଆପ୍ର : ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା । ଗୋଟିଏ କି ଦୁଇଟି ନୁହେଁ ଆଠଟି ଗୁଳି...

ପୁରୀ ସମୁଦ୍ରରେ ଅଘଟଣ, ବୁଡ଼ିଯାଉଥିବା ବେଳେ ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ, (୨୬/୦୬) : ଆପ୍ର : ବୁଡ଼ିଯାଉଥିବା ବେଳେ ପର୍ଯ୍ୟଟକ ଉଦ୍ଧାର । ପୁରୀ ସମୁଦ୍ରରେ ବୁଡ଼ିଯାଉଥିବା ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫଗାର୍ଡ । କ୍ୟାମେରାରେ...

ମଣ୍ଡିରୁ ଉଠୁନି ଧାନ, ଚିନ୍ତାରେ ଚାଷୀ

ସୁବର୍ଣ୍ଣପୁର, (୨୬/୦୬) : ଆପ୍ର : ମଣ୍ଡିରେ ପଡ଼ିଛି ଧାନ । ଚିନ୍ତାରେ ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କଳାପଥର ଅଞ୍ଚଳର ଚାଷୀ । ୧୫ଦିନ...