Homelocalଜିଲ୍ଲାସ୍ତରୀୟ ଦିବ୍ୟାଙ୍ଗ କମିଟି ବୈଠକ ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ଦିବ୍ୟାଙ୍ଗ କମିଟି ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର , (୧୧./୦୯) : ଆପ୍ର : ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଦିବ୍ୟାଙ୍ଗ କମିଟି ବୈଠକ ଅନୁଷ୍ଠିତ ହୋଇଥିଲା ।WhatsApp Image 2026 09 12 at 16.39.33

ଭାରପ୍ରାପ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ବୈଠକରେ ଉପସ୍ଥିତ ରହି ଜିଲ୍ଲାର ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କର ସୁବିଧା ଓ ଉନ୍ନତି ପାଇଁ ସମ୍ପୃକ୍ତ ଅଧିକାରୀମାନଙ୍କର ଦାୟିତ୍ୱ ଏବଂ ଆବଶ୍ୟକୀୟ ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଥିଲେ । ବୈଠକରେ ବିଭିନ୍ନ ସମସ୍ୟା ଓ ଅନ୍ୟାନ୍ୟ ବିଷୟରେ ଆଲୋଚନା କରାଯାଇ ସେଗୁଡ଼ିକର ସମାଧାନ ଓ ଆବଶ୍ୟକ ପଦକ୍ଷେପ ନେବା ଉପରେ ଗୁରୁତ୍ୱ ଦିଆଯାଇଥିଲା । ପ୍ରତ୍ୟେକ ସରକାରୀ କାର୍ଯ୍ୟାଳୟରେ ଲିଫ୍ଟ ଓ ରାମ୍ପ ବ୍ୟବସ୍ଥା କରିବା ନେଇ ନିଷ୍ପତ୍ତି ହୋଇଥିଲା । ଏଥିସହିତ, ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ପାଇଁ ଉପଲବ୍ଧ ବିଭିନ୍ନ ଯୋଜନା ସମ୍ପର୍କରେ ଘରକୁ ଘର ସଚେତନତା ସୃଷ୍ଟି କରିବାକୁ ଆଲୋଚନା କରାଯାଇଥିଲା ।

ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରେ କାର୍ଯ୍ୟରତ ଦିବ୍ୟାଙ୍ଗ କର୍ମଚାରୀମାନଙ୍କ ପ୍ରତି ସ୍ୱତନ୍ତ୍ର ଯତ୍ନ ନେବାକୁ କୁହାଯାଇଥିଲା । ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କର ଅଭିଯୋଗଗୁଡ଼ିକୁ ତୁରନ୍ତ ସମାଧାନ କରିବା ସହ ସେମାନଙ୍କ ପ୍ରତି କୌଣସି ଅପରାଧ ଘଟିଲେ ଶୀଘ୍ର ପଦକ୍ଷେପ ନେବା ଉପରେ ଗୁରୁତ୍ୱ ଦିଆଯାଇଥିଲା । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମଧ୍ୟ ଏକ ରାମ୍ପ ନିର୍ମାଣ କରିବା ନେଇ ଆଲୋଚନା ହୋଇଥିଲା ।

ଚଳିତ ବର୍ଷ ଜିଲ୍ଲାରେ ୩୦୯ ଜଣଙ୍କୁ ଦିବ୍ୟାଙ୍ଗ ପ୍ରମାଣପତ୍ର ପ୍ରଦାନ କରାଯାଇଛି । ଏଥିସହିତ, ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ପର୍ଯ୍ୟାୟରେ ୧,୯୮୩ ଜଣ ବିବିଏସ୍ ଶିବିରର ସୁବିଧା ଗ୍ରହଣ କରିଛନ୍ତି । ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ, ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ ଉଷାରାଣୀ ଦାସ ଉପସ୍ଥିତ ଥିଲେ । ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ସରଙ୍ଗୀ ବୈଠକକୁ ପରିଚାଳନା କରିଥିଲେ । ବୈଠକରେ ସମ୍ପୃକ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଦିବ୍ୟାଙ୍ଗ ବ୍ୟକ୍ତିମାନେ ଉପସ୍ଥିତ ଥିଲେ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments