Homelocalଆଜି ବି ଟ୍ବିନ ସିଟିରେ ଜାରି ରହିଛି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆଜି ବି ଟ୍ବିନ ସିଟିରେ ଜାରି ରହିଛି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର, (୨/୦୭) : ଆପ୍ର : ଗତକାଲି ଭଳି ଆଜି ବି ଟ୍ବିନ ସିଟିରେ ଜାରି ରହିଛି ବର୍ଷା । ସେପଟେ ଆଜି ରାଜ୍ୟରେ ୪ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର ।

ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣ ଓ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଜିଲ୍ଲାକୁ ଅରେଞ୍ଜ ଅଲର୍ଟ ଜାରି କରାଯାଇଛି । ସେହିପରି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବରଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡ଼ା, ବୌଦ୍ଧ, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ ମାଲକାନଗିରି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ ବାଂଲାଦେଶ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଜୁଲାଇ ୩ ତାରିଖରେ ଏହା ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଓ ତା ପାଖାପାଖି ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଚଳିତ ସପ୍ତାହରେ ରାଜ୍ୟବ୍ୟାପୀ ବର୍ଷା ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେପଟେ ସାରା ଦେଶରେ ମୌସୁମୀ ବାୟୁ ସକ୍ରିୟ ରହିଛି ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments