ଅନୁଗୁଳରେ ଡବଲ ଏନକାଉଣ୍ଟର, ଲୁଟ ପରେ ଫେରାର ହୋଇଯାଇଥିଲେ ୫ ଲୁଟେରା

Date:

Share post:

ଅନୁଗୁଳ, (୧୮/୦୬) : ଆପ୍ର : ଅନୁଗୁଳରେ ଡବଲ ଏନକାଉଣ୍ଟର । ଦୁଇ ସୁନା ଲୁଟେରାଙ୍କୁ ଏନକାଉଣ୍ଟର କଲା ଅନୁଗୁଳ ପୋଲିସ୍ ।

ସେଲ୍ଫ ଡିଫେନ୍ସରେ ଏନକାଉଣ୍ଟର କରିଛି ପୋଲିସ । ଏନକାଉଣ୍ଟର ହୋଇଥିବା ଦୁଇ ଅଭିଯୁକ୍ତ ହେଲେ ମହାରାଷ୍ଟ୍ରର ସଚିନ ଗେଜଗେ ଓ ପ୍ରକାଶ ମାଦନେ। ସଚିନର ଡାହାଣ ଗୋଡ଼ରେ ଗୁଳି ବାଜିଥିବା ବେଳେ ପ୍ରକାଶର ବାମ ଗୋଡ଼ ଗୁଳି ବାଜିଛି । ହଣ୍ଡପା ଥାନା ଅନ୍ତର୍ଗତ ହଣ୍ଡପା ଜଙ୍ଗଲ ନିକଟରେ ହୋଇଛି ଏନକାଉଣ୍ଟର । ସୂଚନା ଅନୁସାରେ, ଗତକାଲି ତାଳଚେର ହାଟତୋଟାଛକସ୍ଥିତ ଶ୍ରୀ ବାଲାଜୀ ଗୋଲ୍ଡ ରିଫାଇନାରୀରୁ ବିପୁଳ ପରିମାଣର ସୁନା ଓ ରୁପା ଲୁଟି ଫେରାର ହୋଇଯାଇଥିଲେ ୫ ଲୁଟେରା । ଏହାପରେ ଅପରାଧୀଙ୍କୁ ଧରିବା ପାଇଁ ପୁଲିସ୍ ଜିଲ୍ଲାର ସବୁ ପ୍ରବେଶ ପଥରେ ନାକାବନ୍ଦୀ କରିଥିଲା । ହଣ୍ଡପା ନିକଟରେ ପୁଲିସ ସେମାନଙ୍କୁ ଠାବ କରିବା ସମୟରେ ସେମାନେ ପୁଲିସ ଉପରକୁ ଗୁଳି ଚାଳନା କରିଥିଲେ। ପୋଲିସର ପାଲଟା ଗୁଳିମାଡ଼ରେ ଦୁଇ ଅଭିଯୁକ୍ତ ଆହତ ହୋଇଛନ୍ତି । ସେମାନଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

LEAVE A REPLY

Please enter your comment!
Please enter your name here

spot_img

Related articles

ଅଟୋକୁ ଧକ୍କା ଦେଲା କାର ୩ ଗୁରୁତର ୬ ଆହତ

ଅନୁଗୁଳ, (୧୮/୦୬) : ଆପ୍ର : ଅନୁଗୁଳ ୫୫ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା। ଅଟୋକୁ ପିଟିଲା କାର। ଜରପଡା ଥାନା ଅନ୍ତର୍ଗତ ବିମଳବେଡା...

ଲାଞ୍ଚ ନେଉଥିବା ସମୟରେ ଏଏସଆଇ ଓ ହୋମଗାର୍ଡଙ୍କୁ ମାଡିବସିଲା ଭିଜିଲାନ୍ସ

ଭୁବନେଶ୍ଵର, (୧୮/୦୬) : ଆପ୍ର : ଲାଞ୍ଚ ନେଉଥିବା ସମୟରେ ଜଣେ ଏଏସଆଇ ଓ ହୋମଗାର୍ଡଙ୍କୁ ମାଡିବସିଲା ଭିଜିଲାନ୍ସ । ଏଭଳି ଘଟଣା ଘଟିଛି...

ଚିକିତ୍ସା ଅବହେଳାରୁ ନବଜାତ ଶିଶୁ ମୃତ୍ୟୁ ଅଭିଯୋଗ, ଡାକ୍ତରଖାନାରେ ଉତ୍ତେଜନା

ପାଟଣାଗଡ଼, (୧୮/୦୬) : ଆପ୍ର : ଚିକିତ୍ସା ଅବହେଳାରୁ ନବଜାତ ଶିଶୁ ମୃତ୍ୟୁ ଅଭିଯୋଗ । ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଡାକ୍ତରଖାନାରେ ଉତ୍ତେଜନା ଦେଖିବାକୁ...

ରେଲଓ୍ବେ ଚାକିରି କରାଇ ଦେବା ନାଁରେ ୨୦ଲକ୍ଷ ଟଙ୍କା ଠକେଇ ଅଭିଯୋଗ, ବାପ ଝିଅ ଗିରଫ

ଭୁବନେଶ୍ୱର, (୧୮/୦୬) : ଆପ୍ର : ରେଲୱେରେ ଚାକିରି ଦେବା ନାଁରେ ଠକେଇ । ୨୦ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ବାପ ଝିଅ ଗିରଫ...