ପେଟ୍ରୋଲ, ଡିଜେଲର ଦରବୃଦ୍ଧି ବିରୋଧରେ ବିଜେଡିର ବିକ୍ଷୋଭ

Date:

Share post:

ଭୁବନେଶ୍ବର, (୨୭/୦୫) : ଆପ୍ର : କ୍ରମାଗତ ଭାବେ ଦେଶରେ ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ରନ୍ଧନ ଗ୍ୟାସର ଅସ୍ବାଭାବିକ ଦରବୃଦ୍ଧି ଯୋଗୁଁ ସାଧାରଣ ଜନତାଙ୍କ ଜୀବନ ଦୁର୍ବିସହ ହୋଇପଡ଼ିଛି ବୋଲି ବିଜେଡି ପକ୍ଷରୁ କୁହାଯାଇଛି ।

ଏହାକୁ ବିରୋଧ କରି ମଙ୍ଗଳବାର ଦଳ ପକ୍ଷରୁ ପ୍ରତିବାଦ କରାଯାଇଛି । ବିଜୁ ଯୁବ ଜନତା ଦଳ, ବିଜୁ ଛାତ୍ର ଜନତା ଦଳ ଓ ବିଜୁ ମହିଳା ଜନତା ଦଳର ମିଳିତ ଆହ୍ୱାନରେ ଭୁବନେଶ୍ବର ମାଷ୍ଟର କ୍ୟାଣ୍ଟିନ ଛକରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ କୁଶପୁତ୍ତଳିକା ଦାହ କରାଯାଇଛି । କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିବା ପୂର୍ବକ ରାସ୍ତାରେ ଚୁଲି ଜାଳି ପ୍ରତିବାଦ କରିଥିଲେ ମହିଳା କର୍ମୀ । ଏହି କାର୍ଯ୍ୟକ୍ରମରେ ଦଳର ବରିଷ୍ଠ ଉପ-ସଭାପତି ଦେବୀ ପ୍ରସାଦ ମିଶ୍ର, ପୂର୍ବତନ ମନ୍ତ୍ରୀ ସଞ୍ଜୟ କୁମାର ଦାସବର୍ମା, ଭୁବନେଶ୍ବର ବିଜେଡି ସଭାପତି ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ସୁଶାନ୍ତ କୁମାର ରାଉତ, ବିଧାୟକ ଅନନ୍ତ ନାରାୟଣ ଜେନା, ବିଜୁ ଯୁବ ଜନତା ଦଳର ସଭାପତି ଚିନ୍ମୟ ସାହୁ ଓ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ବିଏମ୍‌ସି ମେୟର ସୁଲୋଚନା ଦାସ ପ୍ରମୁଖ ଉପସ୍ଥିତ ରହି କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତିକୁ ସମାଲୋଚନା କରିଥିଲେ । ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଏବଂ ରନ୍ଧନଗ୍ୟାସ ଦରବୃଦ୍ଧି ସାଧାରଣ ଜନତା ଅତିଷ୍ଠ ହୋଇଗଲେଣି । ସାଧାରଣ ଲୋକ ବହୁଳ ଭାବେ ପ୍ରଭାବିତ ହେଉଥିବାବେଳେ ଅତ୍ୟାବଶ୍ୟକ ସାମଗ୍ରୀର ଦର ବଢ଼ୁଛି । ଦରଦାମ ବୃଦ୍ଧି ରୋକିବାରେ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଥିବା ବିଜେଡି ନେତା କହିଛନ୍ତି ।

LEAVE A REPLY

Please enter your comment!
Please enter your name here

spot_img

Related articles

ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ : ୪ ଅଭିଯୁକ୍ତ ଗିରଫ, କୋର୍ଟ ଚାଲାଣ

ପାଟଣାଗଡ଼, (୧୬/୦୬) : ଆପ୍ର : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ଘଟଣାରେ ପାଟଣାଗଡ଼ ପୋଲିସ...

ସୁନ୍ଦରଗଡ଼ରେ ଭୟଙ୍କର ଟ୍ରେଲର ଧକ୍କା, ଦୁଇ ଡ୍ରାଇଭର ଜୀବନ୍ତ ଦଗ୍ଧ

ସୁନ୍ଦରଗଡ଼, (୧୬/୦୬) : ଆପ୍ର : ଜୀଅନ୍ତା ଜଳିଗଲେ ଦୁଇ ଟ୍ରକ ଡ୍ରାଇଭର । ସୁନ୍ଦରଗଡ଼ ଜିଲ୍ଲା ଭସ୍ମା ଥାନା କଇଁତରା ବିଜୁ ଏକ୍ସପ୍ରେସ...

ଦିଘାରୁ ହଟିଲା ‘ଧାମ’ ଶବ୍ଦ: ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

ଭୁବନେଶ୍ୱର, (୧୬/୦୬) : ଆପ୍ର : ଜଗନ୍ନାଥ ସଂସ୍କୃତିର ସୁରକ୍ଷା ଏବଂ ଓଡ଼ିଆ ଅସ୍ମିତାକୁ ବିଶ୍ୱ ଦରବାରରେ ପ୍ରତିଷ୍ଠିତ କରିବା ପାଇଁ ଦୃଢ଼ ପଦକ୍ଷେପ...

ଯୁବକ ଙ୍କୁ ଗୋଡାଇ ଗୋଡାଇ ହାଣିଲେ ଛଅ ଦୁର୍ବୁତ୍ତ

ଅନୁଗୁଳ, (୧୬/୦୬) : ଆପ୍ର : ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ନନ୍ଦପୁର ଛକ ଠାରେ ଯୁବକ ଙ୍କୁ ଗୋଡାଇ ଗୋଡାଇ ହାଣିଲେ...