Homelocalଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ : ୫୯ଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ

ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ : ୫୯ଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (୧୨/୧୦) : ଆପ୍ର : ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗରିପାଲି ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି ।WhatsApp Image 2026 10 12 at 20.40.56

ଏହି ଶିବିରରେ ଜିଲ୍ଲାପାଳ ଦେବାଶିଷ ସିଂହ ଓ ଆରକ୍ଷୀ ଅଧୀକ୍ଷକ ନାରାୟଣ ନାୟକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ । ଏହି ଶିବିରରେ ସର୍ବମୋଟ ୫୯ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୫୪ଟି ବ୍ୟକ୍ତିଗତ ଓ ୫ଟି ସାମୂହିକ ଦରଖାସ୍ତ ଥିଲା । ଏଥିସହ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ସମ୍ବନ୍ଧୀୟ ୨ଟି ଏବଂ ରେଡ୍‌କ୍ରସ୍‌ ପାଣ୍ଠି ସମ୍ବନ୍ଧୀୟ ଗୋଟିଏ ଦରଖାସ୍ତ ଗ୍ରହଣ କରାଯାଇଥିଲା । ଗୋଟିଏ ଦରଖାସ୍ତର ତତ୍କାଳ ସମାଧାନ କରାଯାଇଥିଲା । ଅନ୍ୟ ସମସ୍ତ ଦରଖାସ୍ତଗୁଡ଼ିକର ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପ୍ରେରଣ କରାଯାଇଥିଲା ।

ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର ନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର ଓ ଅତିରିକ୍ତ ତହସିଲଦାର ରୋହିତ ଭୋଇ ପ୍ରମୁଖ ମଞ୍ଚାସୀନ ଥିଲେ । ଏହି ଶିବିରରେ ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଉଷାରାଣୀ ଦାସ, ସହକାରୀ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମହେଶ୍ୱର ପ୍ରଧାନଙ୍କ ସମେତ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments