Homelocalତାରାତାରିଣୀ ମନ୍ଦିର ନିକଟ ପାହାଡ଼ରୁ ଧସିଲା ମାଟି ପଥର

ତାରାତାରିଣୀ ମନ୍ଦିର ନିକଟ ପାହାଡ଼ରୁ ଧସିଲା ମାଟି ପଥର

ଗଞ୍ଜାମ, (୨୪/୦୯) : ଆପ୍ର : ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ନିକଟସ୍ଥ ପ୍ରସିଦ୍ଧ ତାରାତାରିଣୀ ମନ୍ଦିର ନିକଟ ପାହାଡ଼ରୁ ଖସିଛି ବଡ଼ ବଡ଼ ପଥର ଓ ମାଟିWhatsApp Image 2026 09 23 at 19.03.00 1

ଗଭୀର ଅବପାତର ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ପାହାଡ଼ରୁ ପଥର ଖସିଥିବା ଜଣାପଡ଼ିଛି। ତେବେ ଘଟଣାକୁ ନେଇ ଅଞ୍ଚଳରେ ଚିନ୍ତା ପ୍ରକାଶ ପାଇଛି । ବର୍ଷା ଲାଗି ରହିଥିବା ବେଳେ ତାରାତାରିଣୀ ମନ୍ଦିର ନିକଟ ପାହାଡ଼ରୁ ହଠାତ୍ ପଥର ଓ ମାଟି ଖସିଥିଲା । ପାହାଡ଼ରୁ ଖସିଥିବା ପଥର ଓ ମାଟି ରାସ୍ତା ନିକଟରେ ଜମା ହୋଇଛି । ଘଟଣାର ସୂଚନା ପାଇ ଘଟଣାସ୍ଥଳରେ ପୁରୁଷୋତ୍ତମପୁର ତହସିଲଦାର ତଥା ତାରାତାରିଣୀ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ ବିନୋଦ ବେହେରା ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି । ପାହାଡ଼ରୁ ଖସିଥିବା ପଥର ଓ ମାଟିକୁ ଶୀଘ୍ର ହଟାଇବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ବର୍ଷା ଜାରି ରହିଥିବାରୁ ପାହାଡ଼ ଅଞ୍ଚଳରେ ଅଧିକ ସତର୍କତା ଅବଲମ୍ବନ କରାଯାଉଛି ।WhatsApp Image 2026 09 23 at 19.03.00

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments