Homebreaking newsପାଠ୍ୟପୁସ୍ତକ ତ୍ରୁଟି ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

ପାଠ୍ୟପୁସ୍ତକ ତ୍ରୁଟି ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

ଭୁବନେଶ୍ୱର, (୧୪/୦୭) : ଆପ୍ର : ରାଜ୍ୟରେ ଚର୍ଚ୍ଚିତ ପାଠ୍ୟପୁସ୍ତକ ତ୍ରୁଟି ମାମଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଛି ।

ଏହି ମାମଲାରେ SCERT ନିର୍ଦ୍ଦେଶିକା ମଧୁସ୍ମିତା ସାହୁଙ୍କ ଲିଖିତ ଅଭିଯୋଗକୁ ଆଧାର କରି ମାମଲା ରୁଜୁ କରାଯାଇଛି । କ୍ରାଇମବ୍ରାଞ୍ଚ ପକ୍ଷରୁ ଭାରତୀୟ ନ୍ୟାୟ ସଂହିତା (BNS)ର ଧାରା ୩୧୬(୫), ୨୦୧, ୩(୫) ଏବଂ ୬୧(୨) ଅନୁଯାୟୀ ମାମଲା ରୁଜୁ କରାଯାଇଛି। ମାମଲାର ସମସ୍ତ ଦିଗକୁ ଗୁରୁତ୍ୱର ସହ ଅନୁଧ୍ୟାନ କରିବା ପାଇଁ ଏକ ସ୍ୱତନ୍ତ୍ର ତଦନ୍ତକାରୀ ଦଳ ଗଠନ କରାଯାଇଥିବାବେଳେ ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି । କ୍ରାଇମବ୍ରାଞ୍ଚର ଡିଏସ୍‌ପି ନରେନ୍ଦ୍ର କୁମାର ବେହେରାଙ୍କୁ ଏହି ମାମଲାର ମୁଖ୍ୟ ତଦନ୍ତକାରୀ ଅଧିକାରୀ ଭାବେ ଦାୟିତ୍ୱ ଦିଆଯାଇଛି । ତଦନ୍ତକାରୀ ଦଳ ପାଠ୍ୟପୁସ୍ତକ ପ୍ରସ୍ତୁତି, ସମ୍ପାଦନା, ଯାଞ୍ଚ ଏବଂ ପ୍ରକାଶନ ପ୍ରକ୍ରିୟା ସହ ଜଡ଼ିତ ସମସ୍ତ ଦିଗର ତଦନ୍ତ କରିବା ନେଇସୂଚନା ମିଳିଛି ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments