ସୁନ୍ଦରଗଡ଼ରେ ଭୟଙ୍କର ଟ୍ରେଲର ଧକ୍କା, ଦୁଇ ଡ୍ରାଇଭର ଜୀବନ୍ତ ଦଗ୍ଧ

Date:

Share post:

ସୁନ୍ଦରଗଡ଼, (୧୬/୦୬) : ଆପ୍ର : ଜୀଅନ୍ତା ଜଳିଗଲେ ଦୁଇ ଟ୍ରକ ଡ୍ରାଇଭର । ସୁନ୍ଦରଗଡ଼ ଜିଲ୍ଲା ଭସ୍ମା ଥାନା କଇଁତରା ବିଜୁ ଏକ୍ସପ୍ରେସ ୱେରେ ଭୟଙ୍କର ଦୁର୍ଘଟଣା ଘଟିଛି ।

ଦୁଇଟି ୧୮ ଚକିଆ ଟ୍ରଲର ମୁହାଁମୁହିଁ ଧକ୍କା ହେବାରୁ ଟ୍ରକରେ ନିଆଁ ଲାଗିଯାଇଥିଲା । ଫଳରେ ଦୁଇଟି ଟ୍ରକର ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ମୃତ ଡ୍ରାଇଭରଙ୍କ ପରିଚୟ ମିଳିପାରି ନାହିଁ । ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହୀନି ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛି । ସୂଚନା ଅନୁସାରେ, ଗୋଟିଏ ଟ୍ରଲର ଡିଭାଇଡର ଭାଙ୍ଗି ଅନ୍ୟ ରୁଟରେ ଚଢ଼ି ଆଉ ଏକ ଟ୍ରଲରକୁ ଧକ୍କା ଦେଇଥିଲା । ଧକ୍କା ଏତେ ଜୋର ଥିଲା ଯେ ଦୁଇଟି ଗାଡ଼ିରେ ତୁରନ୍ତ ଆଗ୍ନିକାଣ୍ଡ ଘଟିଯାଇଥିଲା । ଘଟଣାସ୍ଥଳରେ ଦୁଇ ଡ୍ରାଇଭର ଗାଡ଼ି ଭିତରେ ଫସି ଯାଇଥିବାରୁ ସେମାନେ ବାହାରି ପାରିନଥିଲେ ଏବଂ ଦୁଃଖଦ ଭାବେ ଜୀବନ୍ତ ଜଳି ମୃତ୍ୟୁବରଣ କରିଛନ୍ତି । ଏହି ଦୁର୍ଘଟଣା କଇଁତରା ବିଜୁ ଏକ୍ସପ୍ରେସୱେ ଉପରେ ଘଟିଥିବାରୁ ସ୍ଥାନୀୟ ଅଞ୍ଚଳରେ ଭୟ ଓ ଶୋକର ଛାୟା ପଡ଼ିଛି । ଘଟଣା ପରେ ତୁରନ୍ତ ଅଗ୍ନିଶମ ବିଭାଗ ଓ ପୋଲିସ ଦଳ ପହଞ୍ଚି ଆଗୁନ ନିୟନ୍ତ୍ରଣ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

spot_img

Related articles

ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ : ୪ ଅଭିଯୁକ୍ତ ଗିରଫ, କୋର୍ଟ ଚାଲାଣ

ପାଟଣାଗଡ଼, (୧୬/୦୬) : ଆପ୍ର : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ଘଟଣାରେ ପାଟଣାଗଡ଼ ପୋଲିସ...

ଦିଘାରୁ ହଟିଲା ‘ଧାମ’ ଶବ୍ଦ: ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

ଭୁବନେଶ୍ୱର, (୧୬/୦୬) : ଆପ୍ର : ଜଗନ୍ନାଥ ସଂସ୍କୃତିର ସୁରକ୍ଷା ଏବଂ ଓଡ଼ିଆ ଅସ୍ମିତାକୁ ବିଶ୍ୱ ଦରବାରରେ ପ୍ରତିଷ୍ଠିତ କରିବା ପାଇଁ ଦୃଢ଼ ପଦକ୍ଷେପ...

ଯୁବକ ଙ୍କୁ ଗୋଡାଇ ଗୋଡାଇ ହାଣିଲେ ଛଅ ଦୁର୍ବୁତ୍ତ

ଅନୁଗୁଳ, (୧୬/୦୬) : ଆପ୍ର : ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ନନ୍ଦପୁର ଛକ ଠାରେ ଯୁବକ ଙ୍କୁ ଗୋଡାଇ ଗୋଡାଇ ହାଣିଲେ...

ପାରିବାରିକ କଳହରୁ କୀଟନାଶକ ଖାଇ ଆତ୍ମହତ୍ୟା

ପାଟଣା, (୧୬/୦୬) : ଆପ୍ର : ଘଟଗାଁ ଥାନା ଢେଙ୍କିକୋଟ ପୁଲିସ ଅଞ୍ଚଳ ଛତିଆ ଗ୍ରାମର ଘନଶ୍ୟାମ ମୁଣ୍ଡା(୩୦)କୀଟନାଶକ ଖାଇ ମୃତ୍ୟୁବରଣ କରିଛନ୍ତି । ଘନଶ୍ୟାମଙ୍କ...