ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୩ ଅଟକ

Date:

Share post:

ରାଇରଙ୍ଗପୁର, (୧୬/୦୬) : ଆପ୍ର : ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା । ଜଣେ ନାବାଳିକାଙ୍କ ଦୁଷ୍କର୍ମ ଅଭିଯୋଗ ଆଣିଛନ୍ତି ପରିବାର ଲୋକେ

ଅଭିଯୋଗ ମୁତାବକ, ଦୁଇ ଭଉଣୀ ଗାଁ ପୋଖରୀକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ୪ ଜଣ ଯୁବକ ସେଠାରେ ପହଞ୍ଚି ବଳପୂର୍ବକ ସାନ ଭଉଣୀକୁ ସେଠାରୁ ଉଠାଇ ନେଇଥିବା ଅଭିଯୋଗ କରିଛନ୍ତି । ପରେ ଅତି ଅମାନୁଷିକ ଭାବେ ତାଙ୍କୁ ଗାଁ ନିକଟରେ ଫିଙ୍ଗି ଦେଇ ଫେରାର ହୋଇଯାଇଥିଲେ ଚାରି ଅଭିଯୁକ୍ତ । ପରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ନାବାଳିକାଙ୍କୁ ଉଦ୍ଧାର କରି ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରିଥିବା ପୀଡ଼ିତାଙ୍କ ବାପା କହିଛନ୍ତି । ତେବେ ଏହି ଘଟଣାକୁ ନେଇ ଭିନ୍ନ ବୟାନ ଦେଇଛି ପୋଲିସ । ପୋଲିସ ବୟାନ ମୁତାବକ ପୀଡ଼ିତାଙ୍କ ପୁରୁଷ ବନ୍ଧୁ ଏବଂ ତାଙ୍କର ଜଣେ ସହଯୋଗୀ ମିଶି ଦୁଇଭଉଣୀଙ୍କୁ ବାଇକ ଯୋଗେ ନିଛାଟିଆ ଜାଗାକୁ ନେଇ କଥା ହେଉଥିଲେ ।

ପରେ ପୀଡିତା ଏବଂ ଅଭିଯୁକ୍ତ ଏସକେ ମକବୁଲ ଜଙ୍ଗଲ ଭିତରକୁ ଚାଲି ଯାଇଥିଲେ । ଅନ୍ୟ ଜଣେ ଯୁବକ ଏସକେ ଟିପୁ ଏବଂ ପୀଡ଼ିତାଙ୍କ ଭଉଣୀ ଦୀର୍ଘ ସମୟ ଅପେକ୍ଷା ପରେ ମଧ୍ୟ ନଆସିବାରୁ ଘରକୁ ଫେରିଥିଲେ । ଏବଂ ଘରକୁ ଯାଇ ଏସ କେ ଟିପୁ ଅନ୍ୟ ଦୁଇ ସହଯୋଗୀଙ୍କୁ ଏ ସମ୍ପର୍କରେ ଜଣାଇଥିଲେ । ପରେ ପରିବାର ଲୋକେ ପୋଲିସକୁ ଖବର ଦେବା ପରେ ପୋଲିସ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରି ତିନି ଜଣ ଯୁବକ ଏସକେ ମକବୁଲ, ଏସକେ ଟିପୁ ଏବଂ ଏସକେ ଓମାନଙ୍କୁ ଅଟକ ରଖିଛି ।

ଅନ୍ୟ ଜଣେ ଏସକେ ଜବେଦ ବର୍ତ୍ତମାନ ଫେରାର ଅଛନ୍ତି । ଏନେଇ ପୋକ୍ସ ଆକ୍ଟ ରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି କହିଛନ୍ତି ଅତିରିକ୍ତ ଏସପି ଦୀପକ କୁମାର ଗଚ୍ଛାୟତ । ତେବେ ପରିବାର ଲୋକଙ୍କ ଅଭିଯୋଗ ଏବଂ ପୋଲିସର ବୟାନ ମେଳ ଖାଉନଥିବାବେଳେ ପ୍ରକୃତରେ ଘଟଣା ପଛର ସତ୍ୟତା କଣ, ତାହା ଅଧିକ ତଦନ୍ତ ପରେ ହିଁ ସ୍ପଷ୍ଟ ହେବ ।

LEAVE A REPLY

Please enter your comment!
Please enter your name here

spot_img

Related articles

ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ : ୪ ଅଭିଯୁକ୍ତ ଗିରଫ, କୋର୍ଟ ଚାଲାଣ

ପାଟଣାଗଡ଼, (୧୬/୦୬) : ଆପ୍ର : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ଘଟଣାରେ ପାଟଣାଗଡ଼ ପୋଲିସ...

ସୁନ୍ଦରଗଡ଼ରେ ଭୟଙ୍କର ଟ୍ରେଲର ଧକ୍କା, ଦୁଇ ଡ୍ରାଇଭର ଜୀବନ୍ତ ଦଗ୍ଧ

ସୁନ୍ଦରଗଡ଼, (୧୬/୦୬) : ଆପ୍ର : ଜୀଅନ୍ତା ଜଳିଗଲେ ଦୁଇ ଟ୍ରକ ଡ୍ରାଇଭର । ସୁନ୍ଦରଗଡ଼ ଜିଲ୍ଲା ଭସ୍ମା ଥାନା କଇଁତରା ବିଜୁ ଏକ୍ସପ୍ରେସ...

ଦିଘାରୁ ହଟିଲା ‘ଧାମ’ ଶବ୍ଦ: ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

ଭୁବନେଶ୍ୱର, (୧୬/୦୬) : ଆପ୍ର : ଜଗନ୍ନାଥ ସଂସ୍କୃତିର ସୁରକ୍ଷା ଏବଂ ଓଡ଼ିଆ ଅସ୍ମିତାକୁ ବିଶ୍ୱ ଦରବାରରେ ପ୍ରତିଷ୍ଠିତ କରିବା ପାଇଁ ଦୃଢ଼ ପଦକ୍ଷେପ...

ଯୁବକ ଙ୍କୁ ଗୋଡାଇ ଗୋଡାଇ ହାଣିଲେ ଛଅ ଦୁର୍ବୁତ୍ତ

ଅନୁଗୁଳ, (୧୬/୦୬) : ଆପ୍ର : ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ନନ୍ଦପୁର ଛକ ଠାରେ ଯୁବକ ଙ୍କୁ ଗୋଡାଇ ଗୋଡାଇ ହାଣିଲେ...