ଆସନ୍ତା ୧୦ରେ ହେବନି ଘରୋଇ ବସ ଧର୍ମଘଟ, ସ୍ଥଗିତ ରଖିଲା ସଂଘ

Date:

Share post:

କଟକ, (୦୫/୦୬) : ଆପ୍ର : ଆସନ୍ତା ୧୦ରେ ହେବନି ଘରୋଇ ବସ ଧର୍ମଘଟ । ସାମୟିକ ଭାବେ ବସ ଧର୍ମଘଟକୁ ସ୍ଥଗିତ ରଖିଲା ସଂଘ ।

ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଆନ୍ଦୋଳନକୁ ଓହ୍ଲାଇବ ନାହିଁ ଘରୋଇ ବସ ମାଲିକ ସଙ୍ଘ । ୧୪ ଟି ପାରାମିଟର ନେଇ ବସ ଭଡା ବୃଦ୍ଧି ପାଇଁ ପ୍ରସ୍ତାବ ରଖିଛି ସଂଘ । ରାଜ୍ୟରେ ବସ ଭଡା ବୃଦ୍ଧି ପ୍ରସଙ୍ଗରେ ପରିବହନ କମିଶନର ଅମିତାଭ ଠାକୁରଙ୍କ ସହିତ ବସ ମାଲିକ ସଙ୍ଘ ଆଲୋଚନା କରିଛି । ଡିଜେଲ ଦର ସହିତ ଲୁବ୍ରିକାଣ୍ଟ, ଟାୟାର, ବୀମା, ବ୍ୟାଟେରୀ, ସୁଧ ହାର, କର୍ମଚାରୀଙ୍କ ଦରମା ଆଦି ବଢିଛି। ଗତ ୬ ବର୍ଷ ଧରି ଏ ସମସ୍ତ ଦିଗକୁ ଧ୍ୟାନ ଦେଇ ଭଡ଼ା ବୃଦ୍ଧି ହୋଇ ନାହିଁ । ଏ ସବୁ ଦିଗକୁ ଦେଖି ଭଡା ବୃଦ୍ଧି କରିବାକୁ ଦାବି ରଖାଯାଇଥିବା କହିଛନ୍ତି ରାଜ୍ୟ ଘରୋଇ ବସ ମାଲିକ ସଂଘ ସାଧାରଣ ସଂପାଦକ ଦେବେନ୍ଦ୍ର ସାହୁ ।

LEAVE A REPLY

Please enter your comment!
Please enter your name here

spot_img

Related articles

ଜିଲ୍ଲାସ୍ତରୀୟ ଜୈବ କୃଷି ଓ ପ୍ରାକୃତିକ କୃଷି କର୍ମଶାଳା

ବଲାଙ୍ଗିର, (୨୫/୦୬) : ଆପ୍ର : ମାଟିର ଉର୍ବରତା ରକ୍ଷା କରିବା ସହ ମାନବ ସମାଜକୁ ବିଷମୁକ୍ତ ଖାଦ୍ୟ ଯୋଗାଇବା ଲକ୍ଷ୍ୟରେ ସ୍ଥାନୀୟ କୋଶଳ...

ନୂଆପଡା ଜିଲ୍ଲାରେ ବିଷ ପିଇ ଚାଷୀ ଆତ୍ମହତ୍ୟା ଅଭିଯୋଗ

ନୂଆପଡ଼ା, (୨୫/୦୬) : ଆପ୍ର : ନୂଆପଡା ଜିଲ୍ଲା କୋମନା ଥାନା ଅନ୍ତର୍ଗତ ଜଡ଼ାମୁଣ୍ଡା ଗାଁରେ ଜଣେ ଚାଷୀ ବିଷ ପିଇ ଆତ୍ମହତ୍ୟା କରିଥିବା...

ପୁରୀରେ ପହଁଚିଲା ରଥ ଦଉଡ଼ି

ପୁରୀ, (୨୫/୦୬) : ଆପ୍ର : ବିଶ୍ୱନିଅନ୍ତାଙ୍କ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା ପାଇଁ ପୁରୀରେ ତିନି ରଥ ଦଉଡ଼ି ପହଁଚିଛି । ଦୁଇଟି...

କନ୍ଧମାଳରେ ଚାଞ୍ଚଲ୍ୟ; ନାବାଳିକାଙ୍କ ଗଣଦୁଷ୍କର୍ମ ଅଭିଯୋଗ ପରେ ଜି.ଉଦୟଗିରି ପୋଲିସର ତଦନ୍ତ ଆରମ୍ଭ

କନ୍ଧମାଳ, (୨୫/୦୬) : ଆପ୍ର : କନ୍ଧମାଳ ଜିଲ୍ଲାରେ ଜଣେ ନାବାଳିକାଙ୍କ ଗଣଦୁଷ୍କର୍ମ ଅଭିଯୋଗକୁ ନେଇ ଚର୍ଚ୍ଚା ବଢ଼ିଛି । ଏହି ଘଟଣାରେ ପୋଲିସ...