ମହାନଦୀରେ ବୁଡି ଗଲେ ନାବାଳକ, ଉଦ୍ଧାର କାର୍ଯ୍ୟ ଜାରି

Date:

Share post:

କଟକ, (୨୭/୦୫) : ଆପ୍ର : ମହାନଦୀରେ ପୁଣି ଅଘଟଣ । କଟକ ଆୟତପୁର ନିକଟ ମହାନଦୀରେ ବୁଡି ଗଲେ ନାବାଳକ

୪ ଜଣ ସାଙ୍ଗ ମହାନଦୀକୁ ଗାଧେଇବା ପାଇଁ ଆସିଥିଲେ । ଗାଧେଇବା ବେଳେ ଘଟିଲା ବଡ଼ ଅଘଟଣ । ଗରାମ ଗ୍ରାମର ୧୪ ବର୍ଷର ନାବାଳକ ସୋମନାଥ ସେଠି ଗାଧୋଇବାବେଳେ ବୁଡି ଯାଇଥିଲେ । ସାଙ୍ଗମାନେ ଉଦ୍ଧାର କରିବାକୁ ଚେଷ୍ଟା କରି ବିଫଳ ହୋଇଥିଲେ । ଖବର ମିଳିବା ପରେ ଚାଉଳିଆଗଞ୍ଜ ଅଗ୍ନିଶମ ବାହିନୀର ଗୋଟିଏ ଟିମ ଦୁର୍ଘଟଣା ସ୍ଥଳରେ ପହଂଚି ଉଦ୍ଧାର କାର୍ଯ୍ୟରେ ନିୟୋଜିତ ରହିଛନ୍ତି । ଘଟଣା ସ୍ଥଳରେ କନ୍ଦରପୁର ଥାନା ପୋଲିସ ମଧ୍ୟ ଉପସ୍ଥିତ ରହିଛି । ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଖବର ଲେଖାହେବା ପର୍ଯ୍ୟନ୍ତ ନାବାଳକ ସମ୍ପର୍କରେ କିଛି ଖୋଜଖବର ମିଳିନି ।

LEAVE A REPLY

Please enter your comment!
Please enter your name here

spot_img

Related articles

ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ : ୪ ଅଭିଯୁକ୍ତ ଗିରଫ, କୋର୍ଟ ଚାଲାଣ

ପାଟଣାଗଡ଼, (୧୬/୦୬) : ଆପ୍ର : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ଘଟଣାରେ ପାଟଣାଗଡ଼ ପୋଲିସ...

ସୁନ୍ଦରଗଡ଼ରେ ଭୟଙ୍କର ଟ୍ରେଲର ଧକ୍କା, ଦୁଇ ଡ୍ରାଇଭର ଜୀବନ୍ତ ଦଗ୍ଧ

ସୁନ୍ଦରଗଡ଼, (୧୬/୦୬) : ଆପ୍ର : ଜୀଅନ୍ତା ଜଳିଗଲେ ଦୁଇ ଟ୍ରକ ଡ୍ରାଇଭର । ସୁନ୍ଦରଗଡ଼ ଜିଲ୍ଲା ଭସ୍ମା ଥାନା କଇଁତରା ବିଜୁ ଏକ୍ସପ୍ରେସ...

ଦିଘାରୁ ହଟିଲା ‘ଧାମ’ ଶବ୍ଦ: ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

ଭୁବନେଶ୍ୱର, (୧୬/୦୬) : ଆପ୍ର : ଜଗନ୍ନାଥ ସଂସ୍କୃତିର ସୁରକ୍ଷା ଏବଂ ଓଡ଼ିଆ ଅସ୍ମିତାକୁ ବିଶ୍ୱ ଦରବାରରେ ପ୍ରତିଷ୍ଠିତ କରିବା ପାଇଁ ଦୃଢ଼ ପଦକ୍ଷେପ...

ଯୁବକ ଙ୍କୁ ଗୋଡାଇ ଗୋଡାଇ ହାଣିଲେ ଛଅ ଦୁର୍ବୁତ୍ତ

ଅନୁଗୁଳ, (୧୬/୦୬) : ଆପ୍ର : ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ନନ୍ଦପୁର ଛକ ଠାରେ ଯୁବକ ଙ୍କୁ ଗୋଡାଇ ଗୋଡାଇ ହାଣିଲେ...