ବଲାଙ୍ଗିର ସହରରେ ନିଶା କାରବାର ବିରୋଧରେ ପୋଲିସର ବଡ଼ ସଫଳତା

Date:

Share post:

ବଲାଙ୍ଗିର, (୦୭/୦୬) : ଆପ୍ର : ବଲାଙ୍ଗିର ସହରରେ ନିଶା କାରବାର ବିରୋଧରେ ପୋଲିସକୁ ମିଳିଛି ବଡ଼ ସଫଳତା ।

ସହରର ସ୍ମାର୍ଟ ପାର୍କ ନିକଟସ୍ଥ ବାଇପାସ ରାସ୍ତାରେ ଚଢ଼ାଉ କରି ପୋଲିସ ବିପୁଳ ପରିମାଣର କଫ ସିରପ ଜବତ କରିଛି । ଏହି ଘଟଣାରେ ୫ ଜଣଙ୍କୁ ଗିରଫ କରାଯାଇଥିବାବେଳେ ଏକ ସମ୍ବଲପୁର ନମ୍ବର ବିଶିଷ୍ଟ କାରକୁ ମଧ୍ୟ ଜବତ କରାଯାଇଛି । ସୂଚନା ଅନୁସାରେ, ବାଇପାସ ରାସ୍ତା ଦେଇ ନିଶାଦ୍ରବ୍ୟ ପରିବହନ ହେଉଥିବା ନେଇ ପୋଲିସକୁ ଗୁପ୍ତ ଖବର ମିଳିଥିଲା । ଏହାପରେ ପୋଲିସ ପକ୍ଷରୁ ସେହି ଅଞ୍ଚଳରେ କଡ଼ା ନାକାବନ୍ଦୀ କରାଯାଇ ଏକ ସନ୍ଦିଗ୍ଧ କାରକୁ ଅଟକାଇ ତଲାସି କରାଯାଇଥିଲା । ତଲାସି ବେଳେ ଗାଡ଼ି ଭିତରୁ ବହୁ ପରିମାଣର କଫ ସିରପ ଜବତ ହୋଇଥିଲା । ପୋଲିସ ଘଟଣାସ୍ଥଳରୁ ୫ ଜଣ ଅଭିଯୁକ୍ତଙ୍କୁ କାବୁ କରି ପଚରାଉଚରା ଜାରି ରଖିଛି । ଜବତ କଫ ସିରପ କେଉଁଠାରୁ ଆସିଥିଲା ଏବଂ କେଉଁଠାକୁ ଚାଲାଣ ହେବାକୁ ଥିଲା, ସେନେଇ ପୋଲିସ ଅଧିକ ତଦନ୍ତ କରୁଛି । ନିଶା କାରବାର ଉପରେ ଅଙ୍କୁଶ ଲଗାଇବା ପାଇଁ ବଲାଙ୍ଗିର ପୋଲିସର ଏହି କାର୍ଯ୍ୟାନୁଷ୍ଠାନକୁ ସାଧାରଣରେ ସ୍ୱାଗତ କରାଯାଇଛି । ଘଟଣାକୁ ନେଇ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି ।

LEAVE A REPLY

Please enter your comment!
Please enter your name here

spot_img

Related articles

ବଲାଙ୍ଗିରରେ ‘ଉଦ୍ୟମୀ ଓଡ଼ିଶା ଏମ୍‌ଏସ୍‌ଏମ୍‌ଇ କାର୍ଯ୍ୟକ୍ରମ-୨୦୨୬’ ଉଦ୍‌ଘାଟିତ

ବଲାଙ୍ଗିର, (୨୮/୦୬) : ଆପ୍ର : ବଲାଙ୍ଗିର ଜିଲ୍ଲାକୁ ଶିଳ୍ପ ସମୃଦ୍ଧ ଓ ସ୍ଥାନୀୟ ଯୁବପିଢ଼ିଙ୍କୁ ସ୍ୱାବଲମ୍ବୀ କରିବା ଦିଗରେ ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ...

ଭାତହାଣ୍ଡି ବରଗଡ଼ରେ ଚାଷୀଙ୍କ ସମସ୍ୟା ଥମିବାର ନାଁ ନେଉନି

ବରଗଡ, (୨୮/୦୬) : ଆପ୍ର : ଓଡ଼ିଶାର ଭାତହାଣ୍ଡି ବରଗଡ଼ରେ ଚାଷୀଙ୍କ ସମସ୍ୟା ଥମିବାର ନାଁ ନେଉନି । ଧାନ କ୍ରୟରେ ବିଳମ୍ବ, ଟୋକନ...

କଫ ସିରପ୍‌ ବିକୁଥିବା ବେଳେ ବଲାଙ୍ଗିର ଟାଉନ ପୋଲିସ ହାତରେ ଧରାପଡ଼ିଲା ଯୁବକ

ବଲାଙ୍ଗିର, (୨୮/୦୬) : ଆପ୍ର : ଅଭିଯୁକ୍ତ କଫ ସିରପ୍‌ ବିକୁଥିଲା । ବଲାଙ୍ଗିର ଟାଉନ ଥାନା ପୋଲିସ ହାତରେ ଧରା ପଡ଼ିଲା ଅଭିଯୁକ୍ତ...

ଚାଲି ଚାଲି ଯାଉଥିଲେ ପିଟି ଦେଲା ବାଇକ୍, ଚାଲିଗଲା ଜୀବନ

ଗଜପତି, (୨୮/୦୬) : ଆପ୍ର : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଷ୍ଟାଡିୟମ ନିକଟସ୍ତ ଇଣ୍ଡିଆନ ପେଟ୍ରୋଲ ବଙ୍କ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ...