Homelocalନୂଆବର୍ଷ ପୂର୍ବରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ, ୮ଟି ରାମ୍ପରେ ଦର୍ଶନ କରିବେ ଶ୍ରଦ୍ଧାଳୁ...

ନୂଆବର୍ଷ ପୂର୍ବରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ, ୮ଟି ରାମ୍ପରେ ଦର୍ଶନ କରିବେ ଶ୍ରଦ୍ଧାଳୁ : ଆଇନମନ୍ତ୍ରୀ

ଭୁବନେଶ୍ୱର, (୦୭/୧୧) : ଆପ୍ର : ନୂଆବର୍ଷ ପୂର୍ବରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ଧାଡ଼ି ଦର୍ଶନ ପାଇଁ ସବୁ ପ୍ରକାର ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା କହିଛନ୍ତି ଆଇନମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ।

ଏକାସଙ୍ଗେ ୮ଟି ରାମ୍ପରେ ଦର୍ଶନ କରିବେ ଶ୍ରଦ୍ଧାଳୁ । ଘଣ୍ଟାଏ ଭିତରେ ପାଖାପାଖି ୧୦ ହଜାର ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ । ସାତ ପାହାଚ ପରେ ପରେ ଗରୁଡ଼ ସ୍ତମ୍ଭରୁ ବାହାର କାଠ ମଧ୍ୟରେ ଏହି ବ୍ୟବସ୍ଥା ଲାଗୁହେବ। ତେବେ ନିତିକାନ୍ତି ସମୟରେ ତାହା ଖୋଲାଯିବ । ଆଇଆଇଟି ଭୁବନେଶ୍ୱର ସହ ସବୁ ଟେକ୍ନିକାଲ ଟିମ୍ ସହଯୋଗରେ ଧାଡ଼ି ଦର୍ଶନର ବ୍ୟବସ୍ଥା କରାଯାଉଛି । ଖୁବଶୀଘ୍ର ଛତିଶା ନିଯୋଗ ଏବଂ ଶ୍ରୀମନ୍ଦିର ପରିଚାଳନା କମିଟି ପରିଦର୍ଶନ କରିବା ପରେ ଏହାକୁ ଲାଗୁ କରାଯିବ ବୋଲି କହିଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments