Homelocalପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର, ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦୁର୍ଲଭ ରାଜରାଜେଶ୍ଵର ବେଶ...

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର, ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦୁର୍ଲଭ ରାଜରାଜେଶ୍ଵର ବେଶ ବା ସୁନାବେଶ

ପୁରୀ, (୨୪/୧୧) : ଆପ୍ର : ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ପୁରୀରେ ଭକ୍ତଙ୍କ ପ୍ରବଳ ସମାଗମ ।

କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦୁର୍ଲଭ ରାଜରାଜେଶ୍ଵର ବେଶ ବା ସୁନାବେଶ ଅନୁଷ୍ଠିତ ହେବ । ଆଜି ପାରମ୍ପରିକ ରୀତି ମତେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ବିରାଜିତ ତିନି ଠାକୁରଙ୍କୁ ରାଜରାଜେଶ୍ୱର ବେଶରେ ସଜିତ କରାଯାଇଥାଏ । ଅବକାଶ ନୀତି ଶେଷ ହେବା ପରେ ପୁଷ୍ପାଳକ ସେବକମାନେ ବିଭିନ୍ନ ରତ୍ନ ଅଳଙ୍କାର ଓ ପାଟବସ୍ତ୍ରରେ ଶ୍ରୀଜୀଉମାନଙ୍କୁ ସୁନାବେଶରେ ସଜାଇବେ । ଏହି ବେଶରେ ଠାକୁରମାନେ ଶ୍ରୀଭୁଜ, କିରୀଟ, ଶ୍ରୀପୟର, ଓଡ଼ିଆଣୀ, ଚନ୍ଦ୍ରସୂର୍ଯ୍ୟ, କୁଣ୍ଡଳ, ଚିତା, ଚନ୍ଦ୍ରିକା, ଶଙ୍ଖ, ଚକ୍ର, ହଳ, ମୂଷଳ, ତ୍ରିଶାଖା, ଅଳକା, ତଡ଼ଗି, ଶ୍ରୀମୁଖ ପଦ୍ମ, ଘାଗଡ଼ା ମାଳି, କଦମ୍ବ ମାଳି, ହରିଡ଼ା କଦମ୍ବ ମାଳି, ବାହାଡ଼ା ମାଳି, ତାବିଜ ମାଳି, ବାଘନଖି ମାଳି ଓ ସେବତୀମାଳି ଆଦି ରତ୍ନ ଅଳଙ୍କାର ଧାରଣ କରିଥାନ୍ତି ।

ସେପଟେ ଭକ୍ତଙ୍କ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ବଗଲାଧର୍ମଶାଳା ନିକଟରୁ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଥିବା ବେଳେ ସେମାନଙ୍କ ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ପାଇଁ ୩୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ଏପଟେ ଆଜି ମହାଧାର୍ମିକ କାର୍ତ୍ତିକ ମାସର ଶେଷ ଦିନ ଥିବାରୁ ଶ୍ରୀକ୍ଷେତ୍ରର ମହୋଦାଧି ସମେତ ପଞ୍ଚତୀର୍ଥ ପୁଷ୍କରିଣୀରେ ଡଙ୍ଗା ଭସାଇବା ଓ ବୁଡ଼ ପକାଇବା ପରେ ଶ୍ରୀମନ୍ଦିର ଆସି ଅଗଣିତ ବ୍ରତଧାରୀଙ୍କ ସମେତ ହବିଷ୍ୟାଳି ମହାପ୍ରଭୁଙ୍କ ସୁନାବେଶ ଦର୍ଶନ ପାଇଁ ଶ୍ରୀମନ୍ଦିର ଆସିଛନ୍ତି ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments