Homelocalକେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ, NH-55 ରାସ୍ତାର ତୁରନ୍ତ ମରାମତି...

କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ, NH-55 ରାସ୍ତାର ତୁରନ୍ତ ମରାମତି ପାଇଁ କଲେ ଅନୁରୋଧ

ଭୁବନେଶ୍ୱର, (୨୩/୦୮) : ଆପ୍ର : ଏନ୍ ଏଚ୍-୫୫ ରାସ୍ତାର ତୁରନ୍ତ ମରାମତି ପାଇଁ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁରରୁ କଟକ ମଧ୍ୟରେ ଥିବା ରାସ୍ତାର ତୁରନ୍ତ ମରାମତି ଏବଂ ଖାଲ ସମସ୍ୟାର ସମାଧାନ ପାଇଁ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେବାକୁ କେନ୍ଦ୍ରମନ୍ତ୍ରୀ ଗଡ଼କରୀଙ୍କୁ ସେ ଅନୁରୋଧ କରିଛନ୍ତି । ଓଡ଼ିଶାର ପ୍ରମୁଖ ପରିବହନ ଓ ଲଜିଷ୍ଟିକ୍ସ କରିଡର ଭାବେ ପରିଚିତ ୫୫ ନମ୍ବର ଜାତୀୟ ରାଜପଥର ଶୋଚନୀୟ ଅବସ୍ଥା ନେଇ ଚିନ୍ତାପ୍ରକଟ କରିଛନ୍ତି ସମ୍ବଲପୁର ସାଂସଦଧର୍ମେନ୍ଦ୍ର ପ୍ରଧାନ । ଏହି ଗୁରୁତ୍ୱପୂର୍ଣ୍ଣ ରାଜପଥର ତୁରନ୍ତ ରକ୍ଷଣାବେକ୍ଷଣ ବା ମରାମତି ସହ ଖାଲଢିପ ସମସ୍ୟାର ସମାଧାନ ପାଇଁ ସେ କେନ୍ଦ୍ର ସଡ଼କପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖି ବ୍ୟକ୍ତିଗତ ହସ୍ତକ୍ଷେପ ପାଇଁ ସେ ଅନୁରୋଧ କରିଛନ୍ତି ।

ସମ୍ବଲପୁର, ଅନୁଗୋଳ ଓ କଟକକୁ ଯୋଡ଼ୁଥିବା ଏନଏଚ୍- ୫୫ ହେଉଛି ରାଜ୍ୟର ଅନ୍ୟତମ ମୁଖ୍ୟ ଜୀବନରେଖା । ମାତ୍ର ଲଗାଣ ବର୍ଷା ଓ ଅତ୍ୟଧିକ ଗାଡ଼ିର ଯାତାୟତ ଯୋଗୁଁ ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଖାଲ ସୃଷ୍ଟି ହେବା ସହ କିଛି ଜାଗାରେ ରାସ୍ତା ନଷ୍ଟ ହୋଇଯାଇଛି । ଏହାଫଳରେ ଯାତ୍ରୀ ଓ ପଣ୍ୟବାହୀ ଯାନବାହନ ଚଳାଚଳରେ ଗୁରୁତର ସମସ୍ୟା ସୃଷ୍ଟି ହେଉଛି । ଏହାଦ୍ୱାରା ସ୍ଥାନୀୟ ଜନସାଧାରଣ ଓ ନିୟମିତ ଯାତାୟାତ କରୁଥିବା ଲୋକେ ପ୍ରବଳ ଅସୁବିଧାର ସମ୍ମୁଖୀନ ହେଉଥିବା ଚିଠିରେ ଧର୍ମେନ୍ଦ୍ର ପ୍ରଧାନ ଲେଖିଛନ୍ତି ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments