ଦୋକାନ ଭିତରକୁ ମାଡ଼ିଗଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ମହିଳାଙ୍କ ଜୀବନ, ଗାଡି ଛାଡି ଡ୍ରାଇଭର ଫେରାର

Date:

Share post:

ମୟୂରଭଞ୍ଜ, (୨୯/୦୫) : ଆପ୍ର : ମୟୁରଭଞ୍ଜ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଏକ ପିକ୍‌ଅପ୍‌ ଭ୍ୟାନ୍‌ ରାସ୍ତା କଡ଼ରେ ଥିବା ଏକ ଦୋକାନ ଭିତରକୁ ପଶିଯିବାରୁ ଜଣେ ମହିଳାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି ।

ଏହି ଘଟଣା ବାହାଲଦା ଥାନା ଅଧୀନ ବାନାଡୁଙ୍ଗୁରି ଅଞ୍ଚଳରେ ଘଟିଛି । ସୂଚନା ଅନୁଯାୟୀ, ସାମଗ୍ରୀ ବୋଝେଇ ଏକ ପିକ୍‌ଅପ୍‌ ଭ୍ୟାନ୍‌ ରାଇରଙ୍ଗପୁରରୁ ଜାମସେଦପୁର ଅଭିମୁଖେ ଯାଉଥିଲା । ତେବେ ବାନାଡୁଙ୍ଗୁରି ନିକଟରେ ହଠାତ୍‌ ଚାଳକ ଗାଡ଼ି ଉପରୁ ନିୟନ୍ତ୍ରଣ ହରାଇଥିଲେ । ଫଳରେ ଭ୍ୟାନ୍‌ଟି ସିଧାସଳଖ ରାସ୍ତା କଡ଼ରେ ଥିବା ଏକ ଦୋକାନ ଭିତରକୁ ପଶିଯାଇଥିଲା । ଦୁର୍ଘଟଣାର ଆଘାତ ଏତେ ଜୋରଦାର ଥିଲା ଯେ ଦୋକାନର କାନ୍ଥ, ଦରଜା ଏବଂ ଭିତରେ ଥିବା ଆସବାବପତ୍ର ଭାଙ୍ଗି ଚୁରମାର ହୋଇଯାଇଥିଲା । ସେତେବେଳେ ଦୋକାନ ଭିତରେ ଥିବା ଜଣେ ମହିଳା ଗୁରୁତର ଭାବେ ଆହତ ହୋଇ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ ।

ଘଟଣା ପରେ ଗାଡ଼ି ଚାଳକ ଭୟଭୀତ ହୋଇ ଗାଡ଼ି ଛାଡ଼ି ଫେରାର ହୋଇଯାଇଥିବା ଜଣାପଡ଼ିଛି। ସ୍ଥାନୀୟ ଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହାସହ ପୋଲିସ ଫେରାର ଚାଳକଙ୍କୁ ଧରିବା ପାଇଁ ତଦନ୍ତ ଆରମ୍ଭ କରିଛି । ଦୁର୍ଘଟଣାର ପ୍ରକୃତ କାରଣ ଜାଣିବା ପାଇଁ ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନ ରେକର୍ଡ କରାଯାଉଛି ।

 

LEAVE A REPLY

Please enter your comment!
Please enter your name here

spot_img

Related articles

NEET ପାଇଁ ବାୟୋମେଟ୍ରିକ୍ ବାଧ୍ୟତାମୂଳକ, ପୁନଃପରୀକ୍ଷାକୁ ସ୍ୱଚ୍ଛ ଓ ନକଲ-ମୁକ୍ତ କରିବା ପାଇଁ NTAର ଗାଇଡ୍ ଲାଇନ୍

ନୂଆଦିଲ୍ଲୀ, (୧୯/୦୬) : ଆପ୍ର : NEET ପାଇଁ ବାୟୋମେଟ୍ରିକ୍ ବାଧ୍ୟତାମୂଳକ ! । ପରୀକ୍ଷା ହଲ୍ କୁ ଯିବା ପୂର୍ବରୁ ହେବ ବାୟୋମେଟ୍ରିକ୍...

ଫୁଡ୍ ବିଜନେସ୍ କରୁଥିବା ଲୋକଙ୍କ ପାଇଁ FSSAI ର ନୂଆ ନିୟମ, କଳଙ୍କୀ ଛୁରି ବ୍ୟବହାର ମନା

ନୂଆଦିଲ୍ଲୀ, (୧୯/୦୬) : ଆପ୍ର : ରେଷ୍ଟୁରାଣ୍ଟ, ହୋଟେଲ, ଢାବା ଏବଂ ଫୁଡ୍ ଫ୍ୟାକ୍ଟ୍ରିରେ ଖାଇବା କ୍ବାଲିଟିକୁ ନେଇ ନିୟମ କଡ଼ା ବୋକୁ ଯାଉଛି...

ଗ୍ରୀଷ୍ମ ପ୍ରବାହ ଯୋଗୁଁ ପାଣି ସଙ୍କଟର ଉତ୍କଟ ରୂପ ଧାରଣ

ବେଲପଡ଼ା, (୧୯/୦୬) : ଆପ୍ର : ଗ୍ରୀଷ୍ମ ପ୍ରବାହ ବଢ଼ିବା ସହିତ ପାଣି ସଙ୍କଟ ମଧ୍ୟ ଉତ୍କଟ ରୂପ ଧାରଣ କରିଛି । ବଲାଙ୍ଗିର ଜିଲ୍ଲା...

ପୂର୍ବ ଶତ୍ରୁତା ନେଲା ଜୀବନ; ଘରେ ଶୋଇଥିବା ବେଳେ ଧାରୁଆ ଅସ୍ତ୍ରରେ ହତ୍ୟା, ଅଭିଯୁକ୍ତ ଅଟକ

ବରଗଡ଼, (୧୯/୦୬) : ଆପ୍ର : ପୂର୍ବ ଶତ୍ରୁତାର ଭୟଙ୍କର ପରିଣତି । ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ଥାନା ଅନ୍ତର୍ଗତ ତୁର୍ଲା...