ଜଳେଶ୍ବର, (୧୨/୦୭) : ଆପ୍ର : ଟ୍ରକକୁ ପିଟିଲା ବସ୍ । ଭାରସାମ୍ଯ ହରାଇ ରାସ୍ତା କଡ଼ରେ ଛିଡା ହୋଇଥିବା ଟ୍ରକକୁ ପଛ ପଟୁ ଧକ୍କା ଦେଲା ବସ୍ ।
ଦୁର୍ଘଟଣାରେ ବସର ଆଗପଟ ସମ୍ପୂର୍ଣ୍ଣ ଭାଙ୍ଗି ଚୂରମାର ହୋଇଯାଇଛି । ଦୁର୍ଘଟଣାରେ ବସ୍ ଡ୍ରାଇଭର ଓ ହେଲପର ଗୁରୁତର ହୋଇଛନ୍ତି । ବାଲେଶ୍ବର ବସ୍ତା ଥାନା ୧୬ ନମ୍ବର ଜାତୀୟ ରାଜପଥ ଗୁଡିଖାଳ ଛକରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ବସଟି ବାଲେଶ୍ବରରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବାବେଳେ ଦୁର୍ଘଟଣା ଘଟିଛି । ତେବେ ବସ୍ ରେ କୌଣସି ଯାତ୍ରୀ ନଥିବା ସୂଚନା ମିଳିଛି । ପେଟ୍ରୋଲିଂ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଡ୍ରାଇଭର ଏବଂ ହେଲପର ଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବସ୍ତା ହସପିଟାଲରେ ଭର୍ତ୍ତି କରିଛି । ବସ୍ତା ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରି ଅଧିକ ତଦନ୍ତ ଜାରି ରଖିଛି ।
ସୂଚନା ଅନୁସାରେ, ଏହି ଦୁର୍ଘଟଣା ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅଞ୍ଚଳର ୧୬ ନମ୍ବର ଜାତୀୟ ରାଜପଥର ଗୁଡିଖାଳ ଛକ ନିକଟରେ ଘଟିଛି । ବସଟି ବାଲେଶ୍ବରରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ସମୟରେ ହଠାତ୍ ନିୟନ୍ତ୍ରଣ ହରାଇ ରାସ୍ତା କଡ଼ରେ ରହିଥିବା ଟ୍ରକକୁ ଧକ୍କା ଦେଇଥିଲା । ଧକ୍କା ଏତେ ଜୋରଦାର ଥିଲା ଯେ ବସର ସାମ୍ନା ଅଂଶ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା ।

