Homelocalଆଜି ୩ ଜିଲ୍ଲାରେ ଅତି ପ୍ରବଳ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି

ଆଜି ୩ ଜିଲ୍ଲାରେ ଅତି ପ୍ରବଳ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, (୨୯/୧୦) : ଆପ୍ର : ବାତ୍ୟା ‘ଅର୍ଣ୍ଣବ’ ଦୁର୍ବଳ ହେଉଥିଲେ ମଧ୍ୟ ଓଡ଼ିଶାରେ ବର୍ଷାର ପ୍ରଭାବ ଜାରି ରହିଛି । ଆଜି ଆଜି ୩ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ପଶ୍ଚିମ ଓଡ଼ିଶାରେ ଆଜି ବର୍ଷାର ପ୍ରକୋପ ବଢ଼ିବ । ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ରେ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି । ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୬୦ କିମି ବେଗରେ ଝଟକା ପବନ ସମ୍ଭାବନା ରହିଛି। ଏହି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହି ତିନି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ଥିବାରୁ ଲୋକଙ୍କୁ ସତର୍କ ରହିବାକୁ କୁହାଯାଇଛି।

ସେହିପରି ମୟୂରଭଞ୍ଜ, କେନ୍ଦୁଝର, ବଲାଙ୍ଗୀର, ନୂଆପଡ଼ା, ସୁବର୍ଣ୍ଣପୁର, ଦେବଗଡ଼, ସମ୍ବଲପୁର ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକର ବିଚ୍ଛିନ୍ନ ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଅନ୍ୟପଟେ କଟକ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ସମେତ ଅଧିକାଂଶ ଉପକୂଳ, କେନ୍ଦ୍ରୀୟ ଓ ଦକ୍ଷିଣ ଓଡ଼ିଶା ଜିଲ୍ଲା ପାଇଁ ଆଜି କୌଣସି ସ୍ୱତନ୍ତ୍ର ପ୍ରବଳ ବର୍ଷା ଚେତାବନୀ ନାହିଁ। ତେବେ ଏହି ଅଞ୍ଚଳଗୁଡ଼ିକରେ ମଧ୍ୟ ସ୍ଥାନେ ସ୍ଥାନେ ବର୍ଷା ହୋଇପାରେ । ବର୍ଷା ସହ କେତେକ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ିର ଆଶଙ୍କା ରହିଛି। କେତେକ ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ଝଟକା ପବନ ୫୦ କିଲୋମିଟର ଛୁଇଁପାରେ ।

ଅନ୍ୟ କେତେକ ସ୍ଥାନରେ ପବନର ବେଗ ୪୦ରୁ ୫୦ କିଲୋମିଟର ରହିବା ସହ ଝଟକା ପବନ ୬୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ । ପାଣିପାଗ ବିଭାଗର ଏହି ଚେତାବନୀ ଆଜି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ଅର୍ଥାତ୍ ଅକ୍ଟୋବର ୩୦ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବଳବତ୍ତର ରହିବ। ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇପାରେ । ବାତ୍ୟା ‘ଅର୍ଣ୍ଣବ’ର ତୀବ୍ରତା କମୁଥିଲେ ମଧ୍ୟ ଏହା ପ୍ରଭାବରେ ବର୍ଷାର ବିପଦ ଏବେ ବି ରହିଛି । ବିଶେଷକରି ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ଆଜି ଲୋକଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments